www.samajalive.in
Friday, December 5, 2025
23.1 C
Bhubaneswar

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ : ୩୦ଲକ୍ଷର ସହାୟତା ଘୋଷଣା, ତଦନ୍ତ ନିର୍ଦେଶ

ଭୁବନେଶ୍ଵର: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା। ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବଂ ମୃତକଙ୍କ ପରିବାରକୁ ୩୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ନିର୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ୍ୟୁବରଣ କରିଛନ୍ତି। ମୃତକ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେପଟେ ଘଟଣାରେ ପୁଲିସ୍ ୪ ଶିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories