www.samajalive.in
Friday, December 5, 2025
26.1 C
Bhubaneswar

ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ ସ୍ଵର୍ଗତ ଦେବେନ୍ଦ୍ର ପ୍ରଧାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି । ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories