www.samajalive.in
Saturday, December 6, 2025
26.1 C
Bhubaneswar

ନକ୍ସଲ ମୁକାବିଲା ପାଇଁ କେନ୍ଦ୍ରର ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀରେ ହୋଇଥିବା ନକ୍ସଲ ମୁକାବିଲା ସମୀକ୍ଷା ବୈଠକରେ କେନ୍ଦ୍ରର ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାଓ ଅପରେସନରେ ସହାୟତା ପାଇଁ ଏକ ହେଲିପକ୍ଟର ଓ ୧୨କମ୍ପାନୀ ଫୋର୍ସ ସହାୟତା ମାଗିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଛତିଶଗଡ଼ରେ ନକ୍ସଲ ଅପରେସନ ଜୋରଦାର କରାଯାଉଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ ଅନୁପ୍ରବେଶ ସମ୍ଭାବନା ରହିଛି। ବିଶେଷ କରି ନୂଆପଡା, କନ୍ଧମାଳ, ମାଲକାନଗିରି ଜିଲା ପ୍ରତି ଫୋକସ ରହିଛି। ଏସମ୍ପର୍କରେ ବୈଠକରେ ଗୃହମନ୍ତ୍ରୀଙ୍କୁ ଅବଗତ କରାଇଛୁ। ନକ୍ସଲ ପ୍ରଭାବିତ ଅଞ୍ଚଳରେ ବିକାଶମୂଳକ କାମ ପାଇଁ ସହଯୋଗ ଲୋଡାଯାଇଛି। ଗୁରତ୍ୱର ସହ ଏନେଇ ବିଚାର କରାଯିବ ବୋଲି ଗୃହମନ୍ତ୍ରୀ କଥା ଦେଇଛନ୍ତି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶକୁ ନକ୍ସଲ ମୁକ୍ତ କରିବାର ଟାର୍ଗେଟ ପୂରଣ ପାଇଁ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories