www.samajalive.in
Monday, December 15, 2025
27.1 C
Bhubaneswar

ବିଶିଷ୍ଟ କବି ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ାମନ୍ତ୍ରୀଙ୍କ ଶୋକ

ସମାଜ ଡିଜିଟାଲ ଡେସ୍କ: ବିଶିଷ୍ଟ କବି ତଥା ଔପନ୍ୟାସିକ ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ଲେଖିଛନ୍ତି ଯେ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ବିୟୋଗ ବିଷୟରେ ଜାଣି ସେ ଦୁଃଖିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚରଣ  କମଳରେ ତାଙ୍କ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା  କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।

ସେହିପରି କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ଏକ ପୋଷ୍ଟରେ ଲେଖିଛନ୍ତି, କବି ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ଦେହାନ୍ତ ଖବର ଶୁଣି ମୁଁ ମର୍ମାହତ। ଏହି ଅସମୟରେ ପ୍ରଭୁ ତାଙ୍କ ପରିବାରକୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ଓ ଅମର ଆତ୍ମାକୁ ସଦଗତି ଦିଅନ୍ତୁ।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories