www.samajalive.in
Monday, December 15, 2025
14.1 C
Bhubaneswar

ବଲାଙ୍ଗୀରରେ ମୁଖ୍ୟମନ୍ତ୍ରୀ: ୬୨୧ କୋଟିର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ

ସମାଜ ଡିଜିଟାଲ ଡେସ୍କ: ବଲାଙ୍ଗୀର ଜିଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପଗୁଡ଼ିକର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ବିସ୍ତୃତ ବିବରଣୀ ଦେଇଥିଲେ। ମୁଖ୍ୟମନ୍ତ୍ରୀ ୬୨୧ କୋଟି ଟଙ୍କା ବ୍ୟୟରେ ମୋଟ ୨୭ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି।

ସୂଚନା ଅନୁସାରେ, ତୁଷୁରାରେ ଏୟାରଷ୍ଟ୍ରିପ ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଏହି ପ୍ରକଳ୍ପ ପାଇଁ ୬୬ କୋଟି ଟଙ୍କା ବ୍ୟୟବରାଦ ରଖାଯାଇଥିବା ଜଣାପଡ଼ିଛି। ସେହିପରି ବଲାଙ୍ଗୀର ଜିଲାର ଉପର ଲାନ୍ଥ ଜଳସେଚନ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ କହିଛନ୍ତି, ଏହାଦ୍ଵାରା ବେଲପଡ଼ା ବ୍ଲକର ୬ ହଜାର ହେକ୍ଟର ଚାଷଜମି ଜଳସେଚିତ ହେବ। ୨୪୯୫ ମିଟର ଡ୍ୟାମ ପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଡ୍ୟାମରୁ ୨୧୦ କିଲୋଓ୍ବାଟ ବିଦ୍ୟୁତ ଉତ୍ପାଦନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories