www.samajalive.in
Saturday, December 6, 2025
23.1 C
Bhubaneswar

ମହାପ୍ରଭୁଙ୍କ ଆଶୀର୍ବାଦରେ ନୂଆ ସରକାର ଆସିଲା, ଚାରିଦ୍ଵାର ଖୋଲିଲା: ମୁଖ୍ୟମନ୍ତ୍ରୀ ମୋହନ ମାଝି

ପୁରୀ: ଆଜିଠୁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର । ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାହେଲା । ଏବେ ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା। ସକାଳୁ ଭକ୍ତମାନେ ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ଏହି ସମୟରେ ଉପସ୍ଥିତ ରହିଥିଲେ। ତେବେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ମଧ୍ୟ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲାଯାଇଛି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ। ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା ସୃଷ୍ଟି ହେବନାହିଁ। ଚାରିଦ୍ଵାର ଖୋଲିବା ନେଇ ଦୀର୍ଘ ଦିନ ଧରି ଦାବି ହୋଇଆସୁଥିଲା। ତେଣୁ ଚାରି ଦ୍ଵାର ଖୋଲିବା ପରେ ଶ୍ରଦ୍ଧାଳୁମାନେ ଖୁସି ବ୍ୟକ୍ତ କରିଛନ୍ତି। ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories