www.samajalive.in
Sunday, December 14, 2025
26.1 C
Bhubaneswar

୩୦ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶନିବାର ଲୋକସେବା ଭବନରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ଜଣେ ବି କ୍ଷତିଗ୍ରସ୍ତ ଚାଷୀ ଯେପରି ସହାୟତାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ଧ୍ୟାନ ଦେବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ଏଥିସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ଠିକ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ବୀମା କରିଥିବା ଓ ବୀମା ନ କରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର ଡିବିଟି ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ବୀମା କରିଥିବା ସମସ୍ତ ଚାଷୀ ଯେପରି ନିର୍ଦ୍ଧାରିତ ସମୟ ମଧ୍ୟରେ କ୍ଷୟକ୍ଷତି ସମ୍ପର୍କରେ ବୀମା କମ୍ପାନୀଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ନିବେଦନ କରିଥିଲେ। ଏହାସହିତ ବିଭିନ୍ନ ଜିଲାର ପଞ୍ଜିକୃତ ଚାଷୀ ଭାଇ ଓ ଭଉଣୀ ଅଦିନିଆ ବର୍ଷାଜନିତ ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ ‘କୃଷି ରକ୍ଷକ’ ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ।
ଅଦିନିଆ ବର୍ଷାରେ ରାଜ୍ୟରେ ହୋଇଥିବା ଫସଲ କ୍ଷୟକ୍ଷତିର ଆକଳନ କରାଯିବ। ଏଥିପାଇଁ ବିଭିନ୍ନ ଜିଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ଶନିବାର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଫସଲ କ୍ଷୟକ୍ଷତି ସମ୍ପର୍କ‌େ‌ର ସମୀକ୍ଷା କରିଥିଲେ। ସମୀକ୍ଷା ବୈଠକ ପ‌େ‌ର ୨୯ ତାରିଖ ଅର୍ଥାତ ରବିବାର ଜିଲା ଗସ୍ତରେ ଯାଇ ଫସଲ କ୍ଷୟକ୍ଷତିର ଆକଳନ କରିବାକୁ ନିଷ୍ପତ୍ତି ନିଆଯାଇଛି।
ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏବଂ ରାଜସ୍ବ ମନ୍ତ୍ରୀ ଶ୍ରୀ ପୂଜାରୀ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲା ଗସ୍ତ କରିବେ। ନୟାଗଡ଼ର ରଣପୁର, ଗଜପତିର ଗୋଷାଣି ଏବଂ ଗଞ୍ଜାମ ଜିଲାର ରଙ୍ଗେଇଲୁଣ୍ଡା ଓ ଛତ୍ରପୁର ଆଦି ଅଞ୍ଚଳକୁ ଯାଇ ଫସଲ କ୍ଷୟକ୍ଷତି ଦେଖିବେ। ସେହିପରି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କଟକ ଏବଂ ଜଗତସିଂହପୁର ଜିଲା, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭଦ୍ରକ ଏବଂ ବାଲେଶ୍ବର ଜିଲା ଗସ୍ତ କରିବେ। କେନ୍ଦ୍ରାପଡ଼ା ଓ ଯାଜପୁର ଗସ୍ତରେ ଯିବେ ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର। ସେହିପରି ସମବାୟ ମନ୍ତ୍ରୀ ଶ୍ରୀ ବଳସାମନ୍ତ ଖୋର୍ଦ୍ଧା ଜିଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।
ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ ଆୟୁକ୍ତ ଦେଓରଞ୍ଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସମବାୟ ବିଭାଗର କମିସନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories