www.samajalive.in
Sunday, December 14, 2025
16.1 C
Bhubaneswar

ଶରଧାବାଲିରେ ସଫେଇ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ: କହିଲେ ସ୍ଵଚ୍ଛତା ଓ ସଚେତନତା ପାଇଁ କାର୍ଯ୍ୟକ୍ରମ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ସମସ୍ତେ ପ୍ରସ୍ତୁତ। ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କର ପୁରୀକୁ ସୁଅ ଛୁଟୁଥିବା ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ରଥଯାତ୍ରା ପୂର୍ବରୁ ଆଜି ପୁରୀ ଶରଧାବାଲିରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ସ୍ଵଚ୍ଛ ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡୁ ମାରି ମୁଖ୍ୟମନ୍ତ୍ରୀ ସଫେଇ କାର୍ଯ୍ୟ କରିଛନ୍ତି। ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ସହ ସାମିଲ ରହିଥିଲେ। ଅନ୍ୟପଟେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ । ରଥଯାତ୍ରା ପୂର୍ବରୁ ସଫେଇ କରିବା ଏବଂ ପବିତ୍ର ଆଣିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ସେଥିପାଇଁ ସରକାରଙ୍କ ପକ୍ଷରୁ ସ୍ଵଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଆସନ୍ତାକାଲି ଘୋଷଯାତ୍ରା ଥିବାରୁ ପୁରୀକୁ ଲକ୍ଷାଧିକ ଲୋକ ଆସିବେ । ତେଣୁ ବ୍ୟାପକ ସଚେତନ ପାଇଁ ଏହି କାର୍ଯ୍ୟକ୍ରମ ରଖାଯାଇଥିଲା। ଶ୍ରଦ୍ଧାଳୁ ନିଜେ ଆଗ୍ରହର ସହ ପ୍ରଶାସନ ସହ ମିଶି ସ୍ଵଚ୍ଛତା ରଖିବା ଉଚିତ୍।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories