www.samajalive.in
Wednesday, December 10, 2025
16.1 C
Bhubaneswar

ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସମାଜଲାଇଭ ଡେସ୍କ: ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ପରେ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟରେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଅତ୍ୟନ୍ତ ଉଚ୍ଚକୋଟୀର ପ୍ରଦର୍ଶନ ଏବଂ ବିଜୟ ଓଡ଼ିଶାର ରାଜନୈତିକ ଚିତ୍ରପଟ୍ଟରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି ବିଜୟ ଆମ ସରକାରଙ୍କ ନୀତି, ଆଦର୍ଶ ତଥା ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ପ୍ରତି ଜନସାଧାରଣଙ୍କ ସମ୍ପୂର୍ଣ୍ଣ ଆସ୍ଥା ଓ ବିଶ୍ୱାସକୁ ପ୍ରମାଣିତ କରୁଛି। ନୂଆପଡ଼ାବାସୀ ବିରୋଧୀ ଦଳମାନଙ୍କର ଅପପ୍ରଚାର ଓ ମିଥ୍ୟା ପ୍ରତିଶୃତିକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବିକାଶକୁ ସମର୍ଥନ କରି ଭାରତୀୟ ଜନତା ପାର୍ଟି ସପକ୍ଷରେ ଏକ ସ୍ପଷ୍ଟ ଜନାଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏହି ପରିପ୍ରେକ୍ଷୀରେ ମୁଁ ନୂଆପଡ଼ାର ପ୍ରତ୍ୟେକ ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବା ସହ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହା ସହ ଏହି ବିଶାଳ ବିଜୟ ପାଇଁ ମୁଁ ଆମ ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ, ମାନ୍ୟବର ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ ତଥା ଦଳର କାର୍ଯ୍ୟକର୍ତ୍ତାମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଆଜି ଆମ ଦେଶରେ ମୋଦୀଜୀଙ୍କ ନେତୃତ୍ୱ ହେଉଛି ବିକାଶର ଏକମାତ୍ର ପରିଭାଷା। ତାଙ୍କ ଆଦର୍ଶ ଓ ମାର୍ଗଦର୍ଶନରେ ଆମ ସରକାର ଗତ ପ୍ରାୟ ଦେଢ଼ ବର୍ଷ ମଧ୍ୟରେ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ରାଜ୍ୟର ବିକାଶ ପାଇଁ ଦିନରାତି କାମ କରି ଚାଲିଛି। ନୂଆପଡ଼ାବାସୀଙ୍କ ସମର୍ଥନ ଆମକୁ ନୂଆ ପ୍ରେରଣା ଓ ଶକ୍ତି ଦେଇଛି। ଆମେ ନୂଆପଡ଼ାର ବିକାଶ ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ ଏବଂ ଆପଣମାନଙ୍କ ସହଯୋଗରେ ଆମେ ସମୃଦ୍ଧ ନୂଆପଡ଼ା ଓ ସମୃଦ୍ଧ ଓଡ଼ିଶା ଗଠନରେ ନିଶ୍ଚୟ ସଫଳ ହେବା।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories