www.samajalive.in
Wednesday, December 10, 2025
15.1 C
Bhubaneswar

ଦିଲ୍ଲୀରେ ମୋଦୀ-ନବୀନ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଭେଟିବା ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ଯେ ମହାମାରୀ ପରେ ଏହା ସୌଜନମୂଳକ ସାକ୍ଷାତ ଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ପ୍ରାୟ ୩୦ ମିନିଟ ଧରି ଆଲୋଚନା ହୋଇଛି। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରାୟ ଅଧ ଘଣ୍ଟାରୁ ଅଧିକ ସମୟ ଧରି ଏହି ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ରାଜ୍ୟର ସ୍ୱାର୍ଥ ସମ୍ଭଳିତ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥାପନା କରିଛନ୍ତି। ବଳକା ଉଷୁନା ଚାଉଳ ପ୍ରସଙ୍ଗ ଠାରୁ କେନ୍ଦ୍ରୀୟ ଅନୁଦାନ ନେଇ ମଧ୍ୟ ଆଲୋଚନା ହୋଇଛି।
ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା କହିଛନ୍ତି, ଓଡିଶାର ବିଭିନ୍ନ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ରଖିଛି।
ସେହିପରି ୬ଟା ୩୦ରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ କରିବାର କାର୍ଯ୍ୟକ୍ରମ ଥିବାନେଇ ମଧ୍ୟ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories