www.samajalive.in
Saturday, December 6, 2025
16.1 C
Bhubaneswar

ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ବଜରଙ୍ଗ ଦଳର ପୂର୍ବତନ ରାଷ୍ଟ୍ରୀୟ ସଂଯୋଜକ ସୁବାସ ଚୌହାନ ରବିବାର ଭୋରରୁ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲେ। ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସୁବାସ ଚୌହାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି।


ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ସେ ଟ୍ୱିଟ କରି କହିଛନ୍ତି ଯେ ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡିଶାବାସୀଙ୍କ ପାଇଁ ତାଙ୍କର ଜନକଲ୍ୟାଣକାରୀ କାର୍ୟ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଖଦ ସମୟରେ ଶୋକ ସନ୍ତପ୍ତ ପରିବାରବର୍ଗ ପ୍ରତି ସେ ସମବେଦନା ଜଣାଇଛନ୍ତି।

- Advertisement -


ଓଡିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ବଡ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ
ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କର ଅକାଳ ବିୟୋଗରେ ଓଡିଶାର ସାମାଜିକ ଓ ରାଜନୈତିକ ଜୀବନ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ଯେ ଶ୍ରୀଯୁକ୍ତ ଚୌହାନଙ୍କ ଅକାଳ ବିୟୋଗର ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସୁବାସ ଭାଇଙ୍କ ସହ ଦୀର୍ଘ ଦିନ କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି। ତାଙ୍କର ଅକାଳ ବିୟୋଗ ଓଡିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି। ତାଙ୍କର ଅମର ଆତ୍ମାର ସଦଗତି କାମନା କରୁଛି।


ସୁବାସ ଚୌହାନ ଜଣେ ଉଦାର, ମେଳାପୀ ଓ ନିସ୍ୱାର୍ଥପର ବ୍ୟକ୍ତି ଥିଲେ – ପ୍ରତାପ ଷଡଙ୍ଗୀ
ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଶ୍ରୀ ଷଡଙ୍ଗୀ ଟ୍ୱିଟ କରି କହିଛନ୍ତି ଯେ ପଶ୍ଚିମ ଓଡିଶା ରାଜନୀତିର ଚର୍ଚିତ ଚେହେରା ତଥା ମୋର ପ୍ରିୟ ଶ୍ରଦେ୍ଧୟ ସୁବାସ ଚୌହାନଙ୍କ ବିୟୋଗର ଖବର ପାଇଁ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ସେ ଜଣେ ଉଦାର, ମେଳାପୀ ଓ ନିସ୍ୱାର୍ଥପର ବ୍ୟକ୍ତି ଥିଲେ। ଏଭଳି ଘଡିସନ୍ଧି ମହୁର୍ତରେ ପ୍ରଭୁ ଜଗନ୍ନାଥଙ୍କ ପାଖେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି ଏବଂ ବନ୍ଧୁ ବାନ୍ଧବ ଓ ଶୁଭେଚ୍‍ଛୁ ମାନଙ୍କୁ ଏହି ଦୁଃଖକୁ ସହନ କରିବା ପାଇଁ ଧୈର୍ୟ୍ୟ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories