www.samajalive.in
Saturday, December 6, 2025
16.1 C
Bhubaneswar

ଯୋଡି ଶଙ୍ଖର ଆହ୍ୱାନ ଦେଲେ ନବୀନ

ଭୁବନେଶ୍ୱର: ଆସନ୍ତାକାଲିଠୁ ପ୍ରଚାରକୁ ଓହ୍ଲାଇବେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ ନବୀନ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ଯୋଡି ଶଙ୍ଖ ଦେଖାଇଛନ୍ତି ନବୀନ। ଏହାର ଅର୍ଥ ଗୋଟିଏ ଏମଏଲଏ ପାଇଁ ଆଉ ଗୋଟିଏ ଏମପି ପାଇଁ। ଯୋଡି ଶଙ୍ଖରେ ଭୋଟ ଦେଇ ବିଜେଡି ପ୍ରାର୍ଥୀ ବିଜୟୀ କରିବାକୁ ଅପିଲ କରିଛନ୍ତି ସୁପ୍ରିମୋ। ସେହିପରି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଯୋଡି ଶଙ୍ଖ ଦେଖାଇ ଜନତାଙ୍କ ଭୋଟ ଦେବା ପାଇଁ ଆହ୍ୱାନ ଦେଇଛନ୍ତି।


ବୁଧବାର ସକାଳ ସାଢେ ୧୦ଟା ସମୟରେ ହିଞ୍ଜିଳିରେ ଆୟୋଜିତ ହେବାକୁ ଥିବା ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ କରିବେ। ସାଢେ ୧୧ଟାରେ ଶେରଗଡରେ ବି ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩୦ ତାରିଖରେ ତାରାତାରିଣୀଙ୍କ ଦର୍ଶନ ପରେ ହିଞ୍ଜିଳି ଆସନ ଲାଗି ପ୍ରାର୍ଥୀପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories