ଦୀପଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ

ଭୁବନେଶ୍ବର: ଓଡ଼ିଶାର ହକି ତାରକା ଦୀପଗ୍ରେସ ଏକ୍କାଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏସୀୟ କ୍ରୀଡ଼ାରେ ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ଏହି ପୁରସ୍କାର ରାଶି ପ୍ରଦାନ କରାଯିବାକୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏସୀୟ କ୍ରୀଡ଼ାରେ ଜାପାନକୁ ହରାଇ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳର ସଦସ୍ୟା ହେଉଛନ୍ତି ଦୀପଗ୍ରେସ। ପୁରସ୍କାର ରାଶି ଘୋଷଣା ସହ ଦୀପଗ୍ରେସଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୁବପୀଢ଼ି ତଥା ଦେଶ ପାଇଁ ଖେଳିବାକୁ ଚାହୁଁଥିବା ଯୁବ ଖେଳାଳିଙ୍କ ପାଇଁ ଦୀପଗ୍ରେସ ପ୍ରେରଣା ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଭାରତୀୟ ମହିଳା ହକି ଦଳ ଏସୀୟ କ୍ରୀଡ଼ାରେ ଦମ୍‌ଦାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିବା ପରେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ଟିମ୍‌କୁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ଟିମ୍‌ର ସମସ୍ତ ଖେଳାଳି ଓ ଷ୍ଟାଫ ମେମ୍ବରଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଥିଲେ।

Comments are closed.