www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ଦକ୍ଷିଣ ଓଡ଼ିଶାରେ ମାରାଥନ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ମାରାଥନ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକସଭା କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ ନବୀନ। କୋରାପୁଟ ଲୋକସଭା କ୍ଷେତ୍ରର କୋରାପୁଟ ଓ ରାୟଗଡା, ନବରଙ୍ଗପୁର ଲୋକସଭା କ୍ଷେତ୍ର, ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ ସୁପ୍ରିମୋ। ସକାଳ ୧୦ଟାରେ କୋରାପୁଟରେ ପହଞ୍ଚି ବିଶାଳ ଜନସଭାକୁ ଉଦବୋଧନ ଦେବେ ନବୀନ। ଏହାପରେ ୧୧ଟା ୪୦ରେ ନବରଙ୍ଗପୁରରେ ପହଞ୍ଚି ପ୍ରଚାର କରିବେ। ପରେ ରାୟଗଡା ଯାଇ ଅପରାହ୍ନ ୩ଟା ୪୦ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ଶେଷରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପାରଳାଖେମୁଣ୍ଡିରେ ବିଶାଳ ଜନସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories