www.samajalive.in
Friday, December 12, 2025
14.1 C
Bhubaneswar

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ସମଗ୍ର ବିଶ୍ବରେ ଭୟ ଓ ଆତଙ୍କ ଖେଳାଉଥିବା କରୋନା ମହାମାରୀକୁ ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୩ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଏହି ବିପର୍ଯ୍ୟୟ ପରିସ୍ଥିତିରେ ନିଜର ୩ ମାସର ଦରମାକୁ  ମୁଖ୍ୟମନ୍ତୀ ରିଲିଫ ଫଣ୍ଡକୁ ଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍ -୧୯ ସମଗ୍ର ବିଶ୍ୱ ପାଇଁ ଏକ ବିରାଟ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ପର୍ଯ୍ୟାପ୍ତ ପରିମାଣର ପାଣ୍ଠିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ମଧ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପଣ୍ଡକୁ ଦାନ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା କରୋନା ପାଇଁ ବର୍ତ୍ତମାନ ପରିସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସ୍ବତନ୍ତ୍ର ଭାବେ ‘କୋଭିଡ-୧୯ ଫଣ୍ଡ’ ଭାବେ ଉଲ୍ଲେଖ କରାଯିବ। ପ୍ରଭାବିତ ଲୋକମାନଙ୍କୁ ମାନବିକତା ଦୃଷ୍ଟିରୁ ସହଯୋଗ ନିମନ୍ତେ ସମସ୍ତେ ‘କୋଭିଡ-୧୯ ଫଣ୍ଡ’କୁ ସହୃଦୟତାର ସହ ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories