ଭୁବନେଶ୍ବର: ଗଣପର୍ବ ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ। ନିଜର ନୂଆ ଫସଲକୁ ଇଷ୍ଟ ଦେବାଦେବୀଙ୍କୁ ଅର୍ପଣ କରିଛନ୍ତି ଚାଷୀ। ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ଆଜି ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ପୂର୍ବାହ୍ନ ୧୦ଟା ୩୭ ମିନିଟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ। ଏକ୍ସ ଜରିଆରେ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ମା' ସମଲେଶ୍ବରୀଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ। #ନୂଆଁଖାଇଜୁହାର 🙏 pic.twitter.com/AuUpdQ6NEP
— Naveen Patnaik (@Naveen_Odisha) September 20, 2023
ନବୀନ ରାଜ୍ୟବାସୀଙ୍କୁ ନୂଆଁଖାଇ ଜୁହାର ଜଣାଇ ଲେଖିଛନ୍ତି, ‘‘କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ମା’ ସମଲେଶ୍ବରୀଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ’’।



