www.samajalive.in
Monday, December 15, 2025
16.1 C
Bhubaneswar

ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପ୍ରଣତି ନାୟକଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାରେ ତାଙ୍କର ଦକ୍ଷତାକୁ ସ୍ୱୀକୃତି ଜଣାଇ ମୁଖ୍ୟମନ୍ତ୍ରୀ ତାଙ୍କୁ ୨୩ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ମୁଖ୍ୟ ପ୍ରଶିକ୍ଷକ ଅଶୋକ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ଏହି ପ୍ରତିଭାସମ୍ପନ୍ନ ଖେଳାଳୀ ଜିମ୍ନାଷ୍ଟିକ୍ ଦୁନିଆରେ ନିଜର ଅସାଧାରଣ ନିଷ୍ଠା ଏବଂ ପ୍ରତିଭା ପ୍ରଦର୍ଶନ କରି ମୋଟ ୪ଟି ସ୍ୱର୍ଣ୍ଣ ଓ ୧ଟି ରୌପ୍ୟ ପଦକ ହାସଲ କରିଛନ୍ତି।

ମହିଳା ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସରେ ପ୍ରଣତି ନାୟକ ଅଲରାଉଣ୍ଡ ଇଭେଣ୍ଟରେ ସମ୍ମାନଜନକ ସ୍ୱର୍ଣ୍ଣ ପଦକ ସହ ଅଭିଯାନ ଆରମ୍ଭ କରିଥିଲେ ଏବଂ ଏହା ପରେ ଭଲ୍ଟ ଇଭେଣ୍ଟ, ବାଲାନ୍ସିଂ ବିମ୍ସ ଇଭେଣ୍ଟ ଏବଂ ଅନଇଭେନ ବାର୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ। ଫ୍ଲୋର୍ ଅଭ୍ୟାସରେ ସେ ସ୍ୱର୍ଣ୍ଣ ପଦକ ରୁ ବଞ୍ଚିତ ହୋଇଥିଲେ ମଧ୍ୟ ରୌପ୍ୟ ପଦକ ସହ ହାସଲ କରିଛନ୍ତି ।

- Advertisement -

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଣତିଙ୍କ ସଫଳତା ପାଇଁ ଆନନ୍ଦ ପ୍ରକାଶ କରିବା ସହ କହିଛନ୍ତି ଯେ ଓଡିଶାରେ କ୍ରୀଡା ପ୍ରତିଭା ସୃଷ୍ଟି ଉଦ୍ୟମର ବଳିଷ୍ଠ ପ୍ରମାଣ ହେଉଛି ପ୍ରଣତି ନାୟକଙ୍କ ସଫଳତା। ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ସେ ଓଡ଼ିଶାକୁ ଗର୍ବିତ କରିଛନ୍ତି। ତାଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ତାଙ୍କ ଭବିଷ୍ୟତ ଲକ୍ଷ୍ୟ ହାସଲ ପାଇଁ ଶୁଭେଚ୍ଛା ଜଣାଉଛି । ପ୍ରଣତି ଯୁବ ଆଥଲେଟମାନଙ୍କ ପାଇଁ ଏକ ପ୍ରକୃତ ପ୍ରେରଣା, ଏବଂ ମୋର ବିଶ୍ୱାସ ଯେ ସେ ଆମ ରାଜ୍ୟ ଓ ଦେଶ ପାଇଁ ସମ୍ମାନ ବୃଦ୍ଧି ପାଇଁ ଉଦ୍ୟମ ଜାରି ରଖିବେ। ଓଡ଼ିଶା ଜିମ୍ନାଷ୍ଟିକ୍ସ ଦଳର ପ୍ରଦର୍ଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ସେ ପ୍ରଶିକ୍ଷକ ଅଶୋକ ମିଶ୍ରଙ୍କ ଉଚ୍ଚ ପ୍ରଶଂସା କରିଥିଲେ।

ଭବିଷ୍ୟତରେ ପ୍ରଣତିଙ୍କୁ ଯେପରି ଅଧିକ ସଫଳତା ମିଳିପାରିବ ସେଥିପାଇଁ ତାଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ଅଧ୍ୟକ୍ଷ, ୫-ଟି ତଥା ନବୀନ ଓଡ଼ିଶା ଶ୍ରୀ ଭି କେ ପାଣ୍ଡିଆନ ଉପସ୍ଥିତ ରହି ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏଭଳି ପ୍ରଶିକ୍ଷକ ଓ କ୍ରୀଡ଼ାବିତ୍ ଙ୍କ ସମର୍ପଣ ଓଡ଼ିଶାର କ୍ରୀଡ଼ାର ପରିବର୍ତ୍ତନ ଦିଗରେ ପ୍ରେରଣା ବୋଲି ସେ କହିଛନ୍ତି।

କଳିଙ୍ଗ ଷ୍ଟାଡିୟମରେ ଥିବା ଜିମ୍ନାଷ୍ଟିକ୍ସ ଏଏମ୍ଏନ୍ଏସ୍/ଇଣ୍ଡିଆ ହାଇ ପରଫର୍ମାନ୍ସ ସେଣ୍ଟରର ଆଥଲେଟ୍ ପ୍ରଣତି ନାୟକ ତାଙ୍କ ମୁଖ୍ୟ ପ୍ରଶିକ୍ଷକ ଅଶୋକ ମିଶ୍ରଙ୍କ ଦକ୍ଷ ତତ୍ତ୍ୱାବଧାନରେ ଅଛନ୍ତି। ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ତାଙ୍କର ନିରନ୍ତର ପ୍ରୟାସ ଏବଂ ଏ ଦିଗରେ ତାଙ୍କ ପ୍ରଶିକ୍ଷକଙ୍କ ମାର୍ଗଦର୍ଶନ ତାଙ୍କ ସଫଳତାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି।

ପ୍ରଣତି ନାୟକ ଓ ପ୍ରଶିକ୍ଷକ ଅଶୋକ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗଭୀର କୃତଜ୍ଞତା ଜଣାଇବା ସହ ତୃଣମୂଳସ୍ତରରୁ ଏଲିଟ୍(ସର୍ବୋଚ୍ଚ) ସ୍ତର ପର୍ଯ୍ୟନ୍ତ ଜିମ୍ନାଷ୍ଟିକ୍ସକୁ ସମର୍ଥନ ଓ ପ୍ରୋତ୍ସାହିତ କରିଥିବାରୁ ଓଡ଼ିଶାକୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories