ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀରେ ପହଞ୍ଚି ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଆଜି ସକାଳୁ ଗୀତାଙ୍କ ଶେଷ ଦର୍ଶନ ପାଇଁ ସେ ଦିଲ୍ଲୀ ଅଭିମୁଖେ ବାହାରିଥିଲେ। ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଯାଇଥିଲେ। ସେଠାରୁ ଗୀତାଙ୍କ ବାସଭବନରେ ପହଞ୍ଚି ବଡ଼ ଭଉଣୀଙ୍କ ଶେଷ ଦର୍ଶନ କରିଛନ୍ତି। ସୋମବାର ଗୀତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।

prayash

ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ, ବିଶିଷ୍ଟ ଲେଖିକା, ସାମ୍ବାଦିକା ତଥା ବୃତ୍ତଚିତ୍ର ନିର୍ମାତା ଗୀତା ମେହଟ୍ଟାଙ୍କ ୮୦ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନର ଶାରୀରିକ ଅସୁସ୍ଥତା ପରେ ଗତକାଲି ନିଜ ଦିଲ୍ଲୀସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

Comments are closed.