www.samajalive.in
Sunday, December 7, 2025
26.1 C
Bhubaneswar

ସୃଷ୍ଟି ହେବ ସୁସ୍ଥ ଶୈକ୍ଷିକ ବାତାବରଣ, ଯୋଡ଼ି ହେବେ ପୁରାତନ ଛାତ୍ରଛାତ୍ରୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ‘ମୋ କଲେଜ ଅଭିଯାନ’ ପୋର୍ଟାଲ୍‌ର ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ମୋ କଲେଜ ଅଭିଯାନ’ର ସଫଳତା କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ‘ମୋ କଲେଜ’ ଅଭିଯାନରେ ପୁରାତନ ଛାତ୍ରଛାତ୍ରୀ ଯୋଡ଼ି ହେବେ। ଏହି ଅଭିଯାନ ଦ୍ବାରା କଲେଜରେ ସୁସ୍ଥ ଶୈକ୍ଷିକ ବାତାବରଣ ସୃଷ୍ଟି ହେବ। ‘ମୋ ସ୍କୁଲ’ ଅଭିଯାନ ପରି ‘ମୋ କଲେଜ’ ଅଭିଯାନ ଅନୁରୂପ ସଫଳତା ପାଇବ। ନିଜ ଅନୁଷ୍ଠାନର ବିକାଶରେ ନିଜେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।


ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ଯାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ମୋ କଲେଜ’ ଅଭିଯାନ ସହ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ‘ମୋ କଲେଜ’ ଅଭିଯାନରେ ପ୍ରାୟ ୭୫୫ଟି ଶିକ୍ଷାନୁଷ୍ଠାନକୁ ଯୋଡ଼ା ଯାଇଛି।
‘ମୋ କଲେଜ’ ଅଭିଯାନ ଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରେ ଥିବା ବ୍ୟକ୍ତିବିଶେଷ ନିଜ କଲେଜ ସହ ଯୋଡ଼ି ହୋଇପାରିବେ। ଏହି ଅଭିଯାନ କେବଳ କଲେଜ ଆଲୁମିନି ମଧ୍ୟରେ ସୀମିତ ନୁହେଁ ବରଂ ଏହା ସମସ୍ତଙ୍କ ଲାଗି ଉନ୍ମୁକ୍ତ ରହିବ। ଯେ କେହିବି ଚାହିଁଲେ ଯେ କୌଣସି ଶିକ୍ଷାନୁଷ୍ଠାନ ଲାଗି ଅର୍ଥ ଦେଇପାରିବେ। ‘ମୋ କଲେଜ’ ଅଭିଯାନ ମାଧ୍ୟମରେ ଆପଣଙ୍କ ସହଯୋଗ ଆପଣ ପଢ଼ିଥିବା କଲେଜକୁ ଆଉ ଏକ ପାଦ ଆଗକୁ ଆଗେଇ ନେଇପାରିବ।

- Advertisement -

‘ମୋ କଲେଜ’ ଅଭିଯାନ ପାଇଁ ରାଜ୍ୟ ସରକାର ପ୍ରତି ଶିକ୍ଷାନୁଷ୍ଠାନକୁ ପ୍ରତିବର୍ଷ ୫୦ ହଜାର ଟଙ୍କା ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ରାଜ୍ୟରେ କଲେଜଗୁଡ଼ିକର ବିକାଶ ପାଇଁ ପୁରାତନ ଛାତ୍ରଛାତ୍ରୀ ତଥା ସହୃଦୟ ବ୍ୟକ୍ତିବିଶେଷ ଦେଉଥିବା ଅନୁଦାନର ଦୁଇଗୁଣ ଅର୍ଥ ‘ମୋ କଲେଜ’ ଅଭିଯାନର ସ୍ଥାୟୀ ପାଣ୍ଠିରୁ ଯୋଗାଇ ଦିଆଯିବ। ‘ମୋ କଲେଜ’ ଅଭିଯାନ ଉଚ୍ଚଶିକ୍ଷା ଲାଭ କରୁଥିବା ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ୱାସ ଓ ଉତ୍ସାହ ବଢ଼ାଇବା ସହ ଉଚ୍ଚରୁ ଉଚ୍ଚତମ ଶିଖର ଆହୋରଣ ଲାଗି ସହାୟକ ହୋଇପାରିବ ବୋଲି ‘ମୋ କଲେଜ’ ଅଧ୍ୟକ୍ଷ ଆକାଶ ଦାସ ନାୟକ କହିଛନ୍ତି । ପୁରାତନ ଛାତ୍ରଛାତ୍ରୀ ଏହି ଅଭିଯାନରେ ସାମିଲ୍ ହେବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories