www.samajalive.in
Saturday, December 6, 2025
19.1 C
Bhubaneswar

ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ୪ଟି ସଂସଦୀୟ କ୍ଷେତ୍ର ଓ ୨୮ଟି ବିଧାନସଭା ଆସନରେ ଚାଲିଛି ମତଦାନ। ନିଜର ମୂଲ୍ୟବାନ ଭୋଟ ଦେଇ ଆଗାମୀ ୫ବର୍ଷ ପାଇଁ ନୂଆ ଜନପ୍ରତିନିଧି ବାଛିବେ ଭୋଟର। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ। ନୂଆକରି ଭୋଟ ଦେଉଥିବା ଭୋଟରଙ୍କ ମନରେ ଅନେକ ଉତ୍ସାହ ରହିଛି। ତେବେ ଗଣତନ୍ତ୍ର ଏହି ମହାପର୍ବରେ ସମସ୍ତେ ସାମିଲ ହେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories