www.samajalive.in
Sunday, December 7, 2025
26.1 C
Bhubaneswar

ସବୁଠୁ ଖରାପ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

  • କରୋନା ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ସୂତ୍ରୀ ପରାମର୍ଶ
  • ହସ୍‌ପିଟାଲରେ ଅଧିକ ଶଯ୍ୟା ସହ ଅକ୍‌ସିଜେନ୍‌ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ନିର୍ଦେଶ

ଭୁବନେଶ୍ବର: କୋଭିଡର ଦ୍ବିତୀୟ ଲହରରେ ବିଭିନ୍ନ ରାଜ୍ୟ ଓ ସହର ମାନଙ୍କରେ ସ୍ବାସ୍ଥ୍ୟ ବ୍ୟବସ୍ଥା ଗୁରୁତର ଚାପରେ ରହିଛି। ଓଡିଶାରେ ମଧ୍ୟ ଗତ କିଛି ଦିନ ଧରି କୋଭିଡ ସଂଖ୍ୟାରେ ବୃଦ୍ଧି ହେଉଛି। ଆମର ପୂର୍ବ ପ୍ରସ୍ତୁତି ଓ ଆଗୁଆ ପଦକ୍ଷେପ ଯୋଗୁ ଆମେ ଅନେକ ମାତ୍ରାରେ ପରିସ୍ଥିତିକୁ ଏ ପର୍ଯ୍ୟନ୍ତ ଠିକ୍‌ ଭାବରେ ପରିଚଳିତ କରିପାରିଛୁ। ତେବେ ଆମକୁ ସବୁଠାରୁ ଖରାପ ପରିସ୍ଥିତି ର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ହେବ ଏବଂ ସମସ୍ତ ରୋଗୀ ଯେପରି ସମ୍ମାନର ସହିତ ଚିକିତ୍ସା ପାଇବେ, ଏବଂ ପ୍ରତ୍ୟେକ ଜୀବନକୁ ଆମେ ଯେପରି ବଞ୍ଚାଇପାରିବା, ସେଥିପାଇଁ ଆମକୁ ସମସ୍ତ ପ୍ରକାର ଉଦ୍ୟମ କରିବା ଆବଶ୍ୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିସ୍ଥିତିର ସମୀକ୍ଷା କରି ବରିଷ୍ଠ ଅଧିକାରୀ ଓ ଜିଲାପାଳ ମାନଙ୍କୁ ଏହି ନିର୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଉଭୟ ରାଜ୍ୟ ସରକାର ଓ ଜନସାଧାରଣ କେହି ଲକ୍‌ଡାଉନ୍‌ ଚାହାନ୍ତି ନାହିଁ। ବିନା ଲକ୍‌ଡାଉନ୍‌ରେ ପରିସ୍ଥିତିର ମୁକାବିଲା କରାଯିବା ଜରୁରୀ। ଏ ଦିଗରେ ମାସ୍କର ବ୍ୟବହାର ଓ ସାମାଜିକ ଦୂରତ୍ବ ରକ୍ଷା ଆମକୁ ବହୁତ ପରିମାଣରେ ସାହାଯ୍ୟ କରିପାରିବ। ତେଣୁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଜନସାଧାରଣଙ୍କୁ ଏଥିପାଇଁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଆମେ ବର୍ତ୍ତମାନ ସବୁଠାରୁ ଗମ୍ଭୀର ପରିସ୍ଥିତିର ସାମ୍‌ନା କରୁଛୁ। ତେଣୁ ଆମେ ଯଦି ସମସ୍ତେ ଦାୟିତ୍ବୂବାନ ହୋଇ ପରିସ୍ଥିତିର ମୁକାବିଲା କରିବା, ତେବେ ଆମ ନିଶ୍ଚିତ ଭାବରେ ଏ ପରିସ୍ଥିତିରୁ ସଫଳ ଭାବେ ବାହାରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କୁ କୋଭିଡ ପରିସ୍ଥିତିର ମୁକାବିଲା ପାଇଁ ଏକ ୬ ସୂତ୍ରୀ ପରାମର୍ଶ ଦେଇଛନ୍ତି।


୧. ସାରା ରାଜ୍ୟରେ କୋଭିଡ ହସ୍‌ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ କୋଭିଡ କେୟାର ସେଣ୍ଟର ସ୍ଥାପନ। ଯେତେଦୂର ସମ୍ଭବ ସର୍ବାଧିକ ସଂଖ୍ୟାରେ ଶଯ୍ୟା ଗୁଡିକରେ ଅକ୍‌ସିଜେନ ବ୍ୟବସ୍ଥା ରଖାଯାଉ। ଅକ୍‌ସିଜେନ ବ୍ୟବସ୍ଥାକୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରାଯାଉ।
୨. ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ଭଲ ଭାବରେ ତଦାରଖ କରାଯାଉ ଏବଂ ହସ୍‌ପିଟାଲ ଗୁଡିକରେ ଏଥିପାଇଁ ସମସ୍ତ ଆବଶ୍ୟକ ଉପକରଣକୁ ପ୍ରାଥମିକତା ଭିତ୍ତିରେ ଉପଲବ୍‌ଧ କରାଯାଉ।
୩. ଅନେକ ରାଜ୍ୟରେ ଔଷଧର ଅଭାବ ଦେଖାଦେଇଛି। ଯଦିଓ ବର୍ତ୍ତମାନ ଆମର ମେଡିସିନ୍‌ ଷ୍ଟକ୍‌ ଯଥେଷ୍ଟ ରହିଛି, ତଥାପି ଆଗକୁ ଅଧିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଔଷଧର ଏକ ବଫର ଷ୍ଟକ୍‌ ରଖାଯାଉ।
୪. ଆଇଇସି ଅଭିଯାନରେ ଅଧିକ ଉନ୍ନତି ଅଣାଯିବା ଉପରେ ଗୁରୁତ୍ୱ। ଜନସାଧାରଣ ଦ୍ବିତୀୟ ଲହରର ଭୟାବହତା ସଂପର୍କରେ ସଚେତନ ହେବା ଜରୁରୀ ଏବଂ କୋଭିଡ ନିୟମାବଳୀକୁ ମାନିବା କେତେ ଜରୁରୀ, ସେ ସଂପର୍କରେ ଅନୁଭବ କରିବା ଦରକାର। ଜନସାଧାରଣଙ୍କ ସହିତ ମିଶନ ଶକ୍ତି ଏବଂ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କୁ ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ କରାଯାଉ।
୫. ସମସ୍ତ କୋଭିଡ ନିୟମାବଳୀ ଦୃଢ ଭାବରେ ଲାଗୁ କରିବା କାର୍ଯ୍ୟକ୍ରମ ଜାରି ରହିବା ଜରୁରୀ। ଅନ୍ୟ ରାଜ୍ୟରେ ଯେଉଁଠାରେ କୋଭିଡ ପରିସ୍ଥିତି ସାଂଘାତିକ ରହିଛି, ସେଠାରୁ ପ୍ରବାସୀମାନେ ଆସିବାର ସମ୍ଭାବନା ଅଛି। ତେଣୁ ଏଥିପାଇଁ ଜିଲ୍ଲାପାଳମାନେ ପ୍ରସ୍ତୁତ ରହିବା ଆବଶ୍ୟକ। ପୂର୍ବରୁ ଯେଉଁ ପ୍ରୋଟୋକଲ୍‌ ଅନୁଯାୟୀ ପ୍ରବାସୀଙ୍କ ଆଗମନ ପରିଚାଳନା କରାଯାଉଥିଲା, ତାକୁ ବର୍ତ୍ତମାନର ଡାଟାବେସ୍‌ ଅନୁଯାୟୀ ପୁନର୍ବାର କାର୍ଯ୍ୟକାରୀ କରାଯାଉ। ପ୍ରବାସୀମାନଙ୍କ ପାଇଁ ଟେଷ୍ଟିଂ ଓ ସଂଗରୋଧର ବ୍ୟବସ୍ଥା ସୁନିଶ୍ଚିତ କରାଯାଉ। ଏଥିପାଇଁ ଯେଉଁ ବରିଷ୍ଠ ଅଧିକାରୀମାନେ ପର୍ଯ୍ୟବେକ୍ଷକ ଭାବରେ କାର୍ଯ୍ୟ କରୁଛନ୍ତି, ସେମାନେ ଓ ଅନ୍ୟ ଅଧିକାରୀମାନେ ଗତବର୍ଷ ଭଳି ଏ ବର୍ଷ ମଧ୍ୟ ସେମାନଙ୍କର ଶ୍ରେଷ୍ଠ ଉଦ୍ୟମ ଜାରି ରଖନ୍ତୁ।

- Advertisement -


ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ କୋଭିଡ ମୁକାବିଲାକୁ ଜୋରଦାର କରାଯିବ। ମାସ୍କ ବ୍ୟବହାର ସହିତ ସମସ୍ତ କୋଭିଡ ନିୟମାବଳୀର ଅନୁପାଳନ ସୁନିଶ୍ଚିତ କରାଯିବ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ବଭିନ୍ନ ରାଜ୍ୟର ପରିସ୍ଥିତି ଓ ଓଡିଶାର ପରିସ୍ଥିତି ସଂପର୍କରେ ଏକ ତୁଳନାତ୍ମକ ଉପସ୍ଥାପନା ପ୍ରଦାନ କରିଥିଲେ। ଦେଶର କୋଭିଡ ପଜିଟିଭ ସଂଖ୍ୟାର ୧.୮୩ ପ୍ରତିଶତ ଏବେ ଓଡିଶାର ବୋଲି ସେ କହିଥିଲେ। ରାଜ୍ୟରେ ଏବେ ସୁସ୍ଥତା ହାର ୯୨.୧୦ ପ୍ରତିଶତ ରହିଛି। ବିଭିନ୍ନ ଜିଲ୍ଲା ମାନଙ୍କରେ କୋଭିଡ ପରିସ୍ଥିତିର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସେ ମୁଖ୍ୟତଃ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories