www.samajalive.in
Saturday, December 6, 2025
26.1 C
Bhubaneswar

କୋଭିଡ୍‌-୧୯ ମହାମାରୀ ସମୟରେ ଜୀବନକୁ ବାଜି ଲଗାଇ ବିଶ୍ୱସନୀୟ ଏବଂ ସଠିକ୍‌ ଖବର ପ୍ରସାରଣରେ ସେମାନଙ୍କର ପ୍ରତିବଦ୍ଧତାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ ଅବସରରେ ସାମ୍ବାଦିକ ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । କୋଭିଡ୍‌-୧୯ ମହାମାରୀ ସମୟରେ ଜୀବନକୁ ବାଜି ଲଗାଇ ବିଶ୍ୱସନୀୟ ଏବଂ ସଠିକ୍‌ ଖବର ପ୍ରସାରଣରେ ସେମାନଙ୍କର ପ୍ରତିବଦ୍ଧତାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍‌-୧୯ର ଦ୍ୱିତୀୟ ଲହରୀ ସମୟରେ ଜନସାଧାରଣଙ୍କ ସୁବିଧା ଓ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶାରେ ପୋଲିସ ଜିଲ୍ଲାଗୁଡ଼ିକରେ ଫୋନ୍‌ଭିତ୍ତିକ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଲାଗୁ କରିଛନ୍ତି। ମୋବାଇଲ୍‌/ହ୍ୱାଟସ୍‌ଆପ୍‌ ଜରିଆରେ ସାଧାରଣ ଅଭିଯୋଗଗୁଡ଼ିକର ଶୁଣାଣି କରାଯିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ କଟକ ମହାନଗର ନିଗମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କଟକ ମହାନଗର ନିଗମ ଅଞ୍ଚଳରେ କୋଭିଡ୍‌-୧୯ ମହାମାରୀ ବିରୁଦ୍ଧ ସଂଗ୍ରାମକୁ ଏହା ସଶକ୍ତ କରିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସକାଳେ ସୁଶ୍ରୀ ମମତା ବାନାର୍ଜୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ଏବଂ ତାଙ୍କ ଦଳର ବିପୁଳ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଓଡ଼ିଶାର ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ଲବଣ୍ୟେନ୍ଦୁ ମାନସିଂହଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁମାନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories