www.samajalive.in
Friday, December 12, 2025
19.1 C
Bhubaneswar

ରବି ଫସଲ ପାଇଁ ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା, ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ ଗଲା ୭୪୩ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି। ପବିତ୍ର ନୂଆଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା । ସାରା ରାଜ୍ୟର ସମସ୍ୟା।

ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି। ଏମ୍‌ଏସପି ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି ।

- Advertisement -

ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା ହୋଇଛି । ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଖାଇ ହେଉଛି ମାଟି ମା ର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ନୟାଗଡ଼ ରୁ କାର୍ଯ୍ୟକ୍ରମ ରେ ଯୋଗ ଦେଇ କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୂ ସରକାର ଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଥିଲେ ।
କାର୍ଯ୍ୟକ୍ରମ ରେ ସେମାନଙ୍କ ମତ ରଖି ସମ୍ଵଲପୁର ର ମକରଧ୍ବଜ ମେଣ୍ଡଳି ବରଗଡର ଲାସିମା ବିଶ୍ବାଳ ,ରାଧାକାନ୍ତ ବଲାଙ୍ଗୀର ର ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ଫ୍ରଶସା କରିଥିଲେ ଏବଂ ଏହି ଯୋଜନା ରେ ଠିକ ସମୟରେ ସହାୟତା ମିଳୁଥବାରୁ ଆଉ ଧାର କରଜ କରିବା କୁ ପଡୁନାହିଁ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ସଚିବ  ଏସକେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories