www.samajalive.in
Friday, December 12, 2025
14.1 C
Bhubaneswar

ପାରଳା ମହାରାଜାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ଭୁବନେଶ୍ଵର: ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ମହାରାଜା ଗୋପୀନାଥ ଗଜପତି ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀରୁ ୨ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି। ମୁଖ୍ୟମନ୍ତ୍ରୀ ମହାରାଜାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାର ଭୋର ପ୍ରାୟ ୪ଟାରେ ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କର ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ମରଶରୀରକୁ ପାରଳାଖେମୁଣ୍ଡି ନିଆଯିବା ପରେ ରାଜକୀୟ ପରମ୍ପରା ଅନୁସାରେ ସେଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories