ଜନଜାତି ଛାତ୍ରୀ ନିବାସ ମାଟ୍ରନଙ୍କ ପାରିଶ୍ରମିକ ୧୫୦୦୦ ଟଙ୍କାକୁ ବୃଦ୍ଧି

କାର୍ଯ୍ୟରତ ସମୟରେ ମୃତ୍ୟୁ କ୍ଷେତ୍ରରେ ଦୁଇ ଲକ୍ଷ ଅନୁକମ୍ପା ମୂଳକ ସହାୟତା। କାର୍ଯ୍ୟ ନିବୃତ୍ତ ହେବା ସମୟରେ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ବର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କାର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିଷ୍ପତ୍ତି ନେଇଛନ୍ତି। ଏତଦ୍ ବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟ ବଶତଃ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ।

ସେହିପରି ୬୦ ବର୍ଷରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥି ପାଇଁ ରାଜ୍ୟସରକାର ସରକାରଙ୍କର ବାର୍ଷିକ ୧୫ କୋଟିରୁ ଊର୍ଦ୍ଧ ଖର୍ଚ୍ଚ କରିବେ।

Comments are closed.