‘ମୋ ମା’ଙ୍କୁ ମରଣ ମୁହଁରୁ ବଞ୍ଚାଇଲେ ମୁଖ୍ୟମନ୍ତ୍ରୀ’

ବିଏସକେୱାଇ କାର୍ଡ଼ରେ ହେଲା ବୋନ୍-ମାରୋ ପ୍ରତିରୋପଣ

ଭୁବନେଶ୍ବର:ଯାଜପୁର ଜିଲା ନାଉବାଙ୍କ ଗ୍ରାମର ସୁମନ୍ତ କୁମାର ସାହୁ କହନ୍ତି “ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ମା’ ଙ୍କୁ ମରଣ ମୁହଁରୁ ବଞ୍ଚାଇଲେ”। ଏ ବିଷୟରେ ଅଧିକ ପଚାରିବାରୁ ସେ କହିଲେ – ଆମର ଛୋଟ ଚାଷ ବନ୍ଦି ପରିବାର। ସିଂଘପୁର ହାଟରେ ଛୋଟ ଜଳଖିଆ ଦୋକାନ କରି ବାପା ଓ ମୁଁ ଘର ଚଳାଉ। ମୋ ମା’ ସ୍ନେହଲତା ସାହୁ (୫୨) ଙ୍କୁ ଲଗାତର ଜ୍ୱର ହେଉଥିଲା।

ଗୋଡ଼ ଭୀଷଣ ବିନ୍ଧୁଥିଲା। ସେ ସବୁବେଳେ ଅଥୟ ହେଉଥିଲେ। ବିଭିନ୍ନ ପ୍ରାଥମିକ ପରୀକ୍ଷାରୁ ଜଣା ପଡ଼ିଲା ମା’ଙ୍କର ହିମଗ୍ଲୋବିନ୍ କମୁଛି। ପ୍ଲେଟଲେଟ୍ ମଧ୍ୟ କମୁଛି। ତା’ ପରେ ମେଡ଼ିସିନ୍ ସ୍ପେସାଲିଷ୍ଟଙ୍କୁ ଦେଖେଇଲୁ । ବିଭିନ୍ନ ପରୀକ୍ଷାରୁ ଜଣା ପଡ଼ିଲା ଯେ ମା’ଙ୍କର ବ୍ଲଡ୍ କ୍ୟାନସର ହୋଇଛି। ଏଥିରେ ବ୍ୟଥିତ ହୋଇ ବାପା ହାର୍ଟ-ଷ୍ଟ୍ରୋକରେ ୨୦୨୧ ମସିହା ଜାନୁଆରୀ ୧୭ ତାରିଖ ଦିନ ଆରପାରିକୁ ଚାଲିଗଲେ। ଆମେ ଭାଇଭଉଣୀ ତିନିଜଣ। ମୁଁ ବଡ। ପାଠ ପଢୁଥିଲି ଓ ବାପାଙ୍କ ସାଙ୍ଗରେ କାମ କରୁଥିଲି। କ’ଣ କରିବୁ ବୁଦ୍ଧି ଦେଖାଗଲାନି। ଆମକୁ ବିଏସକେୱାଇ କାର୍ଡ ସାହସ ଦେଲା। ଗାଁ ଲୋକଙ୍କୁ ପଚରା ପଚରି କରି ମା’ଙ୍କ ଚିକିତ୍ସା କଥା ବୁଝିଲୁ ଓ ତାଙ୍କୁ ନେଇ ସମ୍ ହସ୍ପିଟାଲ ଗଲୁ। ଗୋଟେ କାଉଣ୍ଟରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲେଖାଯାଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଚିତ୍ର ଥାଇ ବିଏସକେୱାଇ କାର୍ଡ଼ର ଏକ ଛବି ସେହି କାଉଣ୍ଟରରେ ମରାଯାଇଥିଲା। ସେହି କାଉଣ୍ଟରକୁ ଗଲୁ। କାଉଣ୍ଟର ପାଖରେ ଥିବା ସ୍ୱାସ୍ଥ୍ୟମିତ୍ରମାନେ ସାହାଯ୍ୟ କଲେ। ବିଏସକେୱାଇ କାର୍ଡ଼ରେ ଆଡ଼ମିଶନ୍ ହେଲା।

prayash

ହେମାଟୋଲୋଜୀ ବିଭାଗର ପ୍ରଫେସର ମାଡ଼ାମ୍ ପ୍ରୀୟଙ୍କା ସାମଲ ମା’ଙ୍କୁ ଦେଖିଲେ। ପରୀକ୍ଷା ନିରୀକ୍ଷା କରୀ ଚିକିତ୍ସା କଲେ। କେମୋ ଥେରାପି ଓ ଔଷଧ ଆଦି ମାଗଣାରେ ଦେଲେ। ପୁଣି ମା ଙ୍କ ଅବସ୍ଥା ପରୀକ୍ଷା କରି ବୋନମାରୋ ପ୍ରତିରୋପଣ ପାଇଁ ପରାମର୍ଶ ଦେଲେ। ସେତେବେଳକୁ ବି.ଏସ୍.କେ.ୱାଇ. କାର୍ଡ଼ ର ୫ ଲକ୍ଷ ଟଙ୍କା ପ୍ରାୟ ସରିଆସିଲାଣି। ବୋନ-ମାରୋ ପ୍ରତିରୋପଣ ପାଇଁ କେଉଁଠୁ ଏତେ ଟଙ୍କା ଆଣିବୁ ବୋଲି ଆମେ ଭାଇ ଭଉଣୀ ଚିନ୍ତାରେ ପଡ଼ିଲୁ। ହସ୍ପିଟାଲରେ ଥିବା ସ୍ୱାସ୍ଥ୍ୟମିତ୍ରମାନେ ସାହାସ ଦେଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକ ଟଙ୍କା ପାଇଁ ହସ୍ପିଟାଲକୁ ଅନୁମୋଦନ ଦେଲେ। ସେହିଠାରେ ମା’ଙ୍କର ଚିକିତ୍ସା ଚାଲିଲା। ବୋନ-ମାରୋ ପ୍ରତିରୋପଣ ହେଲା।

ଡାକ୍ତର ମାଡ଼ାମ୍ ଏବଂ ନର୍ସମାନେ ମା’ ଙ୍କର ବହୁ ସେବା ଯତ୍ନ କଲେ। ଏବେ ଆମେ ମା’ଙ୍କୁ ନେଇ ଘରକୁ ଆସିଲୁଣି। ମା’ ସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ଖର୍ଚ୍ଚ ହୋଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କା ଓଡ଼ିଶା ସରକାର ବି.ଏସ୍.କେ.ୱାଇ. କାର୍ଡ଼ ମାଧ୍ୟମରେ ଯୋଗାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋ ମା’ଙ୍କୁ ମରଣ ମୁହଁରୁ ବଞ୍ଚାଇଲେ। ଆମେ ସବୁ ଭାଇ ଭଉଣୀ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଚିର କୃତଜ୍ଞ।

kalyan agarbati

Comments are closed.