ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି-ମୁଖ୍ୟମନ୍ତ୍ରୀ
ବିଜେପି ମିଛ କହିବାର ସବୁ ସୀମା ଟପି ଯାଇଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ମନ୍ତବ୍ୟ ରଖିଥିବା ବିଜେପିକୁ ଜବାବ ଦେଇ ଗଣମାଧ୍ୟମକୁ କହିଛନ୍ତି ଯେ ମିଛ କହିବାର ଗୋଟିଏ ସୀମା ଥାଏ। ବିଜେପି ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ ।
ବାରିପଦାରେ ବିଜେଡି ପ୍ରଚାର ସମାବେଶ ପରେ ଖୋଦ ମୁଖ୍ୟମନ୍ତ୍ରୀ ବିଜେପିର ମିଛ ପ୍ରଚାରକୁ ନନ୍ଦା କରିଛନ୍ତି । ବିଜେପି ନେତାମାନେ ମିଛ କହିବାର ସବୁ ସୀମା ଅତିକ୍ରମ କରୁଛନ୍ତି । ସେ କହିଛନ୍ତି, ମୁଁ ସମ୍ପୁର୍ଣ୍ଣ ସୁସ୍ଥ ଅଛି, ରାଜ୍ୟସାରା ବୁଲି ପ୍ରଚାର କରୁଛି । ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ମନ୍ତବ୍ୟ ରଖୁଥିବା ବିଜେପି ନେତାଙ୍କୁ ଆଜି ନିଜେ ମୁଖ୍ୟମନ୍ତ୍ରୀ ଏହାର ଜବାବ ଦେଇଛନ୍ତି ।
Comments are closed.