www.samajalive.in
Wednesday, December 10, 2025
16.1 C
Bhubaneswar

ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇଛି, ପିପିଲି ଓ ଡେଲାଙ୍ଗର ବିକାଶ କଥା ମୁଁ ବୁଝିବି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୬ଟି ଜିଲା ପରିଷଦ ଜୋନ୍‌ ଅଞ୍ଚଳରେ ଭର୍ଚୁଆଲ୍‌ ମାଧ୍ୟମରେ ପ୍ରଚାର କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ପିପିଲି ଯାଇ ଆପଣମାନଙ୍କୁ ଭେଟିଥିଲେ ବହୁତ ଖୁସି ହୋଇଥାନ୍ତି। ମୋ ପ୍ରତି ଭଲପାଇବା ଯୋଗୁ ଆପଣମାନେ ବହୁ ସଂଖ୍ୟାରେ ଆସିଥାନ୍ତେ। କିନ୍ତୁ କରୋନା କାଳରେ ଏହା ଭଲ ହେବ ନାହିଁ ବୋଲି ମୁଁ ଭାବିଲି। ଏଥିପାଇଁ ଭିଡିଓ କନ୍‌ଫରେନ୍‌ସିଂରେ ଆପଣମାନଙ୍କୁ ଭେଟୁଛି। କୋଭିଡ୍‌ ପରେ ଭେଟିବାକୁ ଯିବି। ପିପିଲି ଓ ଡେଲାଙ୍ଗର ବିକାଶ କଥା ମୁଁ ବୁଝିବି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇଛି। ପିପିଲି-ଡେଲାଙ୍ଗର ବିକାଶ ଆଗକୁ ଆହୁରି ଆଗେଇବ। ପିପିଲି-ଡେଲାଙ୍ଗରେ ଅନେକ ବିକାଶ ହୋଇଛି, ଆଗକୁ ମଧ୍ୟ ଏହି ପ୍ରକ୍ରିୟା ତ୍ବରିତ ହେବ। ଏଥିପାଇଁ ସ୍ବର୍ଗତ ମହାରଥିଙ୍କ ଅବଦାନ ଅତୁଳନୀୟ । ପୁନର୍ବାର ଏହି କାର୍ଯ୍ୟକୁ ଆଗେଇ ନେବା ପାଇଁ ବିଜେଡ଼ି ସମର୍ଥିତ ପ୍ରାର୍ଥୀ ରୁଦ୍ର ମହାରଥିଙ୍କୁ ବୋଟ ଦେବା ପାଇଁ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି।

- Advertisement -


ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରାଇବା ପାଇଁ ଆଜି ଶଙ୍ଖ ଫୁଙ୍କିଲେ ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ଯୋଗେ ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ତାରକା ପ୍ରଚାରକ ନବୀନ ପଟ୍ଟନାୟକ। ପିପିଲି ଉପନିର୍ବାଚନର ବିଜେଡ଼ି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥିଙ୍କ ପାଇଁ ଉପସ୍ଥିତ ଭୋଟରଙ୍କୁ ଭୋଟ ଦେବାକୁ ଆହ୍ୱାନ ଦେଇଛନ୍ତି ନବୀନ ପଟ୍ଟନାୟକ। ପିପିଲି ନିର୍ବାଚନ ମଣ୍ଡଳୀର ୬ଟି ଜିଲ୍ଲା ପରିଷଦ ଜୋନବାସୀଙ୍କୁ ସମ୍ବୋଧନ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଯେ ଏହି ପବିତ୍ର ଐତିହ୍ୟ ସମ୍ପୂର୍ଣ୍ଣ ମାଟିକୁ ମୋର ପ୍ରଣାମ । ପିପିଲିର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଜଣାଇବା ସହ ପିପିଲି ଚାନ୍ଦୁଆକୁ ନେଇ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories