www.samajalive.in
Monday, December 8, 2025
24.1 C
Bhubaneswar

ଜୁଲାଇରୁ ବିଜୁଳି ବିଲ୍‌ ଆସିବନି: ରାଉରକେଲାରେ ପ୍ରଚାର ବେଳେ ପୁଣି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆସନ୍ତା ଜୁଲାଇରୁ ବିଜୁଳି ବିଲ୍‌ ଆସିବନି। ବିଜେଡି ସରକାର ବିଜୁଳ ମାଗଣା ଦେବ ବୋଲି ବୋଲି ରାଉରକେଲାରେ ବୁଧବାର ହାଇଭୋଲଟେଜ୍‌ ପ୍ରଚାର ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ନିର୍ବାଚନୀ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ନାହିଁ ଜନସାଧାରଣଙ୍କୁ ପଚାରିଥିଲେ। ବିଏସକେୱାଇ, ମିଶନ ଶକ୍ତି, କାଳିଆ ଯୋଜନା, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ଛାତ୍ର ବୃତ୍ତି ଭଲ କି ବୋଲି ପ୍ରଶ୍ନ କରିଥିଲେ। ବହୁତ ଖରାରେ ଲୋକମାନେ ଏତେ ଦୂରରୁ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

- Advertisement -

ମୁଖ୍ୟମନ୍ତ୍ରୀ ବିରୋଧୀ ଦଳଗୁଡ଼ିକୁ ଟାର୍ଗେଟ କରି କହିଥିଲେ ଯେ, ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବିରୋଧୀମାନେ ମିଛ କହୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ସାଂସଦ ପ୍ରାର୍ଥୀ ଦିଲୀପ ତିର୍କୀ ଏବଂ ଏହି ଲୋକସଭା ଆସନ ଅନ୍ତର୍ଗତ ବିଧାନସଭା କ୍ଷେତ୍ରଗୁଡ଼ିକରେ ନିର୍ବାଚନ ଲଢ଼ୁଥିବା ବିଜେଡି ବିଧାୟକ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ପରେ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ କହିବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଏବଂ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ମାରାଥନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସୁନ୍ଦରଗଡ଼ ଲୋକସଭା ଅନ୍ତର୍ଗତ ରାଉରକେଲା ବିଧାନସଭା କ୍ଷେତ୍ରରେ ପ୍ରଚାର ପରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଲୋକସଭାର ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories