www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟର ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ମିଶନ ଶକ୍ତି ମହାସଂଘଙ୍କୁ ୨ ମାସ ମଧ୍ୟରେ ହସ୍ତାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲା, ବ୍ଲକ ଏବଂ ପଞ୍ଚାୟତମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ୨ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦେଶ ଦେଇଛନ୍ତି। ଆମର ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ମାନଙ୍କରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା ସରକାରୀ କୋଠା ,ଦୋକାନ ଘର ଗଡ଼ିଆ ପୋଖରୀ ଇତ୍ୟାଦି। ଏଗୁଡିକୂ ସମ୍ପୃକ୍ତ ଜିଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶ ରେ ଲଗାଇ ପାରିବେ। ସାଧାରଣ ଲୋକ ଉପକାର ପାଇବେ ।ମିଶନ ଶକ୍ତି ର ମା ମାନେ ତାକୁ ଆଥିର୍କ କାର୍ଯ୍ୟ ରେ ଲଗାଇ ପାରିବେ।

 

- Advertisement -

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମହିଳାମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି ।ମିଶନ ଶକ୍ତି ଆଜି ପରିବର୍ତନର କର୍ଣଧାର ହୋଇଛି। ମା’ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ ର ମାନ୍ୟତା ଦେଇଛନ୍ତି। ଆମର ୭୦ ଲଷ ମା’ମାନଙ୍କୁ ସଶକ୍ତ କରିବାରେ ଏହା ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା କରାଯାଏ।

 

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories