www.samajalive.in
Monday, December 8, 2025
27.1 C
Bhubaneswar

‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ ପ୍ରମୋଦ କରଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀ ଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି ।

- Advertisement -
Image Source : ABP News

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟିକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।
ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଛନ୍ତି ।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories