www.samajalive.in
Monday, December 8, 2025
20.1 C
Bhubaneswar

ସାଢେ ୪ କୋଟି ଓଡ଼ିଶାବାସୀଙ୍କୁ ନେଇ ମୋର ଗୋଟିଏ ପରିବାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକମାନେ ହିଁ ଆମର ଭଗବାନ। ସେମାନେ ହିଁ ଶାସନ ବିନ୍ଦୁ। ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ ଚରିତାର୍ଥ କରିବା ଆମର ପ୍ରଧାନ କର୍ତ୍ତବ୍ୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ଭୁବନେଶ୍ଵର ଲୋକସେବା ଭବନରେ ଆୟୋଜିତ ଆଇଏଏସ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହା କହିଛନ୍ତି।
ଏହି ଅବସରରେ ନବୀନ ବରିଷ୍ଠ ଅଧିକାରୀମାନଙ୍କୁ ମାର୍ଗଦର୍ଶନ କରାଇଥିଲେ। ସେ କହିଥିଲେ, ସାଢେ ୪ କୋଟି ଓଡ଼ିଶାବାସୀଙ୍କୁ ନେଇ ମୋର ଗୋଟିଏ ପରିବାର ଅଛି। ସେମାନଙ୍କ ଆଶୀର୍ବାଦରେ ମୁଁ ଗତ ୨୦ ବର୍ଷ ହେଲା ସେମାନଙ୍କ ସେବା କରୁଛି। ଆମ ସମସ୍ତଙ୍କ ପାଇଁ ଆମ ପରିବାର ଗୁରୁତ୍ୱପୂର୍ଣ୍ଣ। ଆମେ ସମସ୍ତେ ଆମ ନିଜ ପିଲାଙ୍କୁ ଭଲ ପଢାଇବାକୁ ଚେଷ୍ଟା କରୁ। ଆମ ନିଜ ଭାଇ, ଭଉଣୀ ଭଲ ଚାକିରି କରନ୍ତୁ ବୋଲି ଆମେ ଚାହୁଁ। ଆମ ବାପାମା’ ଭଲ ସ୍ୱାସ୍ଥ୍ୟ ସେବା ପାଆନ୍ତୁ ବୋଲି ଆମେ ଚାହୁଁ। ସେହିପରି ମୁଁ ଚାହେଁ ମୋ ପରିବାରର ସମସ୍ତଙ୍କୁ ସୁଖ ସୁବିଧା ମିଳୁ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଲୋକଙ୍କୁ ସର୍ବଶ୍ରେଷ୍ଠ ସେବା ପ୍ରଦାନ କରିବା ଆମର ପ୍ରମୁଖ କର୍ତ୍ତବ୍ୟ। ଲୋକମାନେ ହିଁ ଗଣତନ୍ତ୍ରର ମୂଳାଧାର। ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ମର୍ଯ୍ୟାଦା ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ସମ୍ମିଳନୀରେ ଉପସ୍ଥିତ ମନ୍ତ୍ରୀ, ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଶପଥ ପାଠ କରାଇଥିଲେ। ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ କିଛି ଯୁଗାନ୍ତକାରୀ ଚିନ୍ତାଧାରା ଦେବାକୁ ଆହ୍ୱାନ ଦେଇଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories