www.samajalive.in
Sunday, December 7, 2025
23.1 C
Bhubaneswar

ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସମାଜ ପୋର୍ଟାଲ ଡେସ୍କ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ୪୯୪ କୋଟି ୪୩ଲକ୍ଷ ଟଙ୍କାରେ ନିର୍ମିତ ୪୧ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ କରିଛନ୍ତି। ଏହା ମଧ୍ୟରେ ସୁନ୍ଦରଗଡର ଇବ୍‍ ନଦୀ କୂଳରେ ୮୫କୋଟି ଟଙ୍କା ବ୍ୟୟରେ ନିର୍ମିତ ରିଂ ରୋଡ ଓ ଭୋଜପୁର ନିକଟ ଇବ୍‍ ନଦୀ ଉପରେ ୧୬କୋଟି ଟଙ୍କା ବ୍ୟୟରେ ନିର୍ମିତ ସେତୁ, ୨୨କୋଟି ୮୫ଲକ୍ଷ ଟଙ୍କା ବ୍ୟୟରେ ଭବନୀଭବନ ପଡିଆର ଉନ୍ନତିକରଣ ଆଦି ଯୋଜନା ରହିଛି।

ଏହାବ୍ୟତୀତ ମୁଖ୍ୟମନ୍ତ୍ରୀ ୧୦୩୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୦୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ବୋଲି ଜଣାପଡିଛି। ବିଶେଷକରି କୋଇଡ଼ା ବ୍ଲକର ୩୨ଟି ଏବଂ ଲହୁଣିପଡ଼ା ବ୍ଲକର ୫୫ଟି ଯୋଗାଯୋଗବିହୀନ ବସତି ପାଇଁ ସଡ଼କ ନିର୍ମାଣ ପ୍ରକଳ୍ପ ଓ ଜିଲ୍ଲାର ୧୦ଟି ବ୍ଲକ ପାଇଁ ୮୩ଟି ଉଠାଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories