www.samajalive.in
Saturday, December 6, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

ଭୁବନେଶ୍ବର: ଓଡ଼ିଶାର ଗଣପର୍ବ ରଜ। ସାରା ରାଜ୍ୟରେ ଗାଁରୁ ସହର ଯାଏ ସବୁଠି ଆଜି ପହିଲି ରଜ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଟ୍ବିଟର ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ ଲେଖିଛନ୍ତି, ‘‘ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି।’’

- Advertisement -


ସୂଚନାଯୋଗ୍ୟ, ଦୀର୍ଘ ଦୁଇ ବର୍ଷ ପରେ ଚଳିତ ବର୍ଷ ରଜ ଖୁବ୍ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଛି। କରୋନା ପ୍ରକୋପ ଯୋଗୁ ୨ ବର୍ଷ ହେଲା ଫିକା ପଡ଼ିଯାଇଥିଲା ରଜ। ସଂକ୍ରମଣ ଭୟ ସହ କଟକଣା ଯୋଗୁ ଲୋକେ ଘରେ ରହି ହିଁ କେବଳ ନାମକୁ ମାତ୍ର ପର୍ବ ପାଳନ କରୁଥିଲେ। ଚଳିତ ବର୍ଷ କରୋନା ପ୍ରକୋପ କମିଥିବାରୁ ରଜକୁ ବେଶ ଉତ୍ସାହର ସହ ପାଳନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories