www.samajalive.in
Thursday, December 11, 2025
23.1 C
Bhubaneswar

ବର୍ଷେ ମଧ୍ୟରେ ଜିଲା ମାନ୍ୟତା ପାଇବ ପଦ୍ମପୁର: ନବୀନ

ଡେସ୍କ : ବର୍ଷେ ମଧ୍ୟରେ ଜିଲା ମାନ୍ୟତା ପାଇବ ପଦ୍ମପୁର। ରବିବାର ଦିନିକିଆ ପଦ୍ମପୁର ଗସ୍ତରେ ଯାଇ ଝାରବନ୍ଧରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ଉଦ୍‌ବୋଧନରେ ନବୀନ କହିଛନ୍ତି ଯେ, ମୁଁ ପୁଣି ଝାରବନ୍ଧକୁ ଆସି ବହୁତ ଖୁସି। ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ। ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସେ ଆହୁରି କହିଛନ୍ତି ଯେ, ମିଶନ ଶକ୍ତି ମାଆମାନେ ଭଲ କାମ କରୁଛନ୍ତି। ମିଶନ ଶକ୍ତିର ମାଆମାନଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯାଇଛି। ପାଇକମାଳ ପିଏଚସିକୁ ସିଏଚସି କରାଯାଇଛି। ପଦ୍ମପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୯୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବର୍ଷକ ମଧ୍ୟରେ ପଦ୍ମପୁର ଜିଲା ମାନ୍ୟତା ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ପଦ୍ମପୁର ନିର୍ବାଚନ ମଣ୍ଡଳୀର ତିନୋଟି ବ୍ଲକ୍‌ ପଦ୍ମପୁର, ଝାରବନ୍ଧ ଏବଂ ପାଇକମାଳ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ।

- Advertisement -

ଝାରବନ୍ଧରେ ଆୟୋଜିତ ସଭାରେ ଅନ୍ୟମାନଙ୍କ ମଧ୍ୟରେ ଭଟଲି ବିଧ‌ାୟକ ସୁଶାନ୍ତ ସିଂହ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଓ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ପ୍ରମୁଖ ଯୋଗ ଦେଇଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ, ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବା ନେଇ ପ୍ରତିଶ୍ରୁତି ଦେଇଥିଲେ। ଗତବର୍ଷ ଡିସେମ୍ବର ମାସରେ ଏନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories