www.samajalive.in
Saturday, December 6, 2025
19.1 C
Bhubaneswar

ପୁରୀରେ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ବର : ପୁରୀରେ ଏକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନାମରେ ଏହି ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା କରିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ରାଜ୍ୟକୁ ଆସୁଥିବା ବିଦେଶୀ ପର୍ୟ୍ୟଟକଙ୍କ ପାଇଁ ଏହି ବିମାନ ବନ୍ଦରର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।  ଶ୍ରୀକ୍ଷେତ୍ର ପୁରୀ ଏକ ବିଶ୍ବବିଖ୍ୟାତ ଆଧ୍ୟାତ୍ମିକ ଓ ପର୍ଯ୍ୟଟନ କ୍ଷେତ୍ର । ଦେଶର ୪ ଧାମ ମଧ୍ୟରୁ ଜଗନ୍ନାଥ ଧାମ ଶ୍ରେଷ୍ଠ ଓ ଅନ୍ୟତମ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି । ପୁରୀଠାରୁ ୩୫ କିଲୋମିଟର ଦୂରରେ ରହିଛି ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର । ଚିଲ୍ଲିକା ହ୍ରଦକୁ ମଧ୍ୟ ସଂଯୋଗ କରୁଛି ପୁରୀ । ଧଉଳିଗିରି ଓ ରତ୍ନଗିରି ମଧ୍ୟ ପୁରୀଠରୁ ବେଶୀ ଦୂରରେ ନୁହେଁ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ବିଶ୍ବବିଖ୍ୟାତ । ପୁରୀ ବେଳାଭୂମି ନିକଟରେ ବ୍ଲୁ ଫ୍ଲାଗ୍ ବେଳାଭୂମିର ମାନ୍ୟତା ଲାଭ କରିଛି। ଦେଶ ବିଦେଶରୁ ଲକ୍ଷ ଲକ୍ଷ ପର୍ୟ୍ୟଟକ ଓ ଭକ୍ତ ପୁରୀ ଆସନ୍ତି । ତେଣୁ ପୁରୀରେ ଏକ ଅନ୍ତର୍ଜାତୀୟ ବିମାନ ବନ୍ଦର ପ୍ରତିଷ୍ଠା କରାଯିବାର ଯଥାର୍ଥତା ରହିଛି। ପ୍ରସ୍ତାବିତ କୋଷ୍ଟାଲ ହାଇୱେ ଚିଲିକା, ପୁରୀ, କୋଣାର୍କ, ପାରାଦୀପ, ଭିତର କନିକା ଦେଇଯିବ। ପୁରୀକୁ ବିଶ୍ବ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ଏହା ମଧ୍ୟରେ କାମ ଆରମ୍ଭ ହୋଇଛି । ଏସବୁ ଦୃଷ୍ଟିରୁ ପୁରୀରେ ଏକ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା କରାଯିବାର ଯଥାର୍ଥତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି।

- Advertisement -

ବିମାନବନ୍ଦର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ କରିବେ। ବିମାନବନ୍ଦର ପାଇଁ ଜମି  ମଧ୍ୟ ଚିହ୍ନଟ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories