www.samajalive.in
Saturday, December 13, 2025
21.1 C
Bhubaneswar

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଅନୁଗୁଳ ଜିଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ। ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ ଅନୁମୋଦନ କରିଛନ୍ତି। ଏହି ପଦବୀ ଗୁଡିକ ହେଲା – ଗୋଟିଏ ଷ୍ଟେସନ ଅଫିସର, ଦୁଇଟି ଲିଡିଂ ଫାୟାରମ୍ୟାନ, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ। ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories