ଭୁବନେଶ୍ୱର : ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଉତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି।ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାନ୍ୟବର ପ୍ରଫେସର ଗଣେଶୀ ଲାଲଙ୍କ ଅସୁସ୍ଥତା ବିଷୟରେ ଜାଣିବାକୁ ପାଇଲି। ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରୁଛି।
ସୂଚନା ଯୋଗ୍ୟ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତକାଲି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ହସ୍ପିଟାଲରେ ରାଜ୍ୟପାଳଙ୍କ ରୁଟିନ ଚେକଅପ ଚାଲିଛି। ଏବେ ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ରହିଥିବା ହସ୍ପିଟାଲ ପକ୍ଷରୁ ଜଣାପଡ଼ିଛି।
ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
Popular Categories



