www.samajalive.in
Friday, December 12, 2025
17.1 C
Bhubaneswar

ପୁରୀକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ପ୍ରସ୍ତୁତ ହୋଇଛି ‘ଶ୍ରୀମନ୍ଦିର ପରିକ୍ରମା’ ଯୋଜନା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମଙ୍ଗଳବାର ମୁଖ୍ୟମନ୍ତ୍ରୀ କହିଛନ୍ତି ନବୀନ ପଟ୍ଟନାୟକ କହିଛନ୍ତି ଯେ ଓଡ଼ିଆ ଜାତିର ପ୍ରଥା-ପରମ୍ପରା, ଧର୍ମ-ଆଧ୍ୟାତ୍ମିକତା, ଐତିହ୍ୟ-ଇତିହାସ, ଆସ୍ଥା-ବିଶ୍ୱାସ ସବୁକିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ଜଡ଼ିତ । ପୁରୀକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ପ୍ରସ୍ତୁତ ‘ଶ୍ରୀମନ୍ଦିର ପରିକ୍ରମା’ ଯୋଜନା ଦ୍ୱାରା ମନ୍ଦିରର ବାହ୍ୟ ସୌନ୍ଦର୍ଯ୍ୟ ସହ ଅନ୍ତଃସୌନ୍ଦର୍ଯ୍ୟର ପରିସ୍ଫୁଟନ ଶ୍ରଦ୍ଧାଳୁଙ୍କୁ ବିମୁଖ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫେବୃଆରୀ ୨୭ରେ ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପରେ ସଂକଳ୍ପ ପ୍ରସ୍ତାବ ଆଣିଥିଲେ, ଯାହା ସର୍ବସମ୍ମତିକ୍ରମେ ପାରିତ ହୋଇଛି। ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାକୁ ଭର୍ଚୁଆଲ ମୋଡ୍‌ରେ ବିବୃତି ଦେଲେ ମୁଖ୍ୟମନ୍ତ୍ରୀ ।

 

- Advertisement -

ଶ୍ରୀମନ୍ଦିର ପରିକ୍ରମା ଯୋଜନା ବେଳେ ୩ଟି ବିଷୟକୁ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟତଃ ଶ୍ରୀମନ୍ଦିର ନିରାପତ୍ତା, ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ନିରାପତ୍ତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଭକ୍ତଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶକୁ ଗୁରୁତ୍ୱ ଦିଆଯାଇଛି। ଏହି ଅବସରରେ ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ ହୋଇଛି। ବାଚନିକ ଭୋଟରେ ସଂକଳ୍ପ ପାରିତ ନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆର୍ଥିକ ସ୍ୱଚ୍ଛତାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାର୍ବଜନୀନ ଆର୍ଥିକ ପରିଚାଳନାରେ ସଂସ୍କାରକୁ ଜାରି ରଖି ଓଡ଼ିଶା ବଜେଟ ୨୦୨୧ ଆର୍ଥିକ ଆହ୍ୱାନ ବିବରଣୀ ଜାରି କରିଛି । ଦୀର୍ଘସୂତ୍ରୀ ଅର୍ଥନୀତି, ସାଧାରଣ ଋଣ ଓ ସରକାରୀ ଉଦ୍ୟୋଗ, ପ୍ରାକୃତିକ ବିପର୍ଯ୍ୟୟ ବର୍ଗ ଅଧୀନସ୍ଥ ଆହ୍ୱାନଗୁଡ଼ିକୁ ଚିହ୍ନଟ କରିବା ସହ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି ।

Hot this week

ଦିବ୍ୟାଙ୍ଗ୍‌ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

Related Articles

Popular Categories