www.samajalive.in
Sunday, December 7, 2025
23.1 C
Bhubaneswar

ବଡ ମେଡିକାଲରେ ଇକମୋ ଚିକିତ୍ସା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକର ଶ୍ରୀରାମଚନ୍ଦ୍ର ଭଂଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସ୍ଥାପିତ ହୋଇଥିବା ୯ଟି ଏକ୍‌ମୋ ମେସିନକୁ ଜନସାଧାରଣଙ୍କ ପାଇଁ ଲୋକାର୍ପିତ କରିଛନ୍ତି। ମୁଖ୍ୟମନ୍ତ୍ରୀ  ଡାକ୍ତରଖାନାରେ ସ୍ଥାପିତ ହୋଇଥିବା ଏକ୍‌ମୋ ମେସିନ ଗୁଡିକୁ ବୁଲି ଦେଖିଥିଲେ।
ସୂଚନାଯୋଗ୍ୟ , ଏହା ସମଗ୍ର ପୂର୍ବ ଭାରତରେ ସବୁଠାରୁ ବଡ ଏକ୍‌ମୋ ୟୁନିଟ୍ ଏବଂ ଏକ୍‌ମୋ ଭଳି ବ୍ୟୟ ବହୁଳ ଚିକିତ୍ସା ବିନା ଖର୍ଚ୍ଚରେ ଯୋଗାଇବାରେ ସମଗ୍ର ଦେଶରେ ସରକାର ସ୍ତରରେ ପ୍ରଥମ ଓ ସର୍ବବୃହତ । ଏଥିପାଇଁ ଅଭିଞ ବିଶେଷଜ୍ଞ ମାନଙ୍କୁ ନିୟୋଜିତ କରାଯାଇଛି।
କଟକରେ ଏହି ସୁବିଧା ପାଇଁ ରୋଗୀମାନଙ୍କୁ ଟଙ୍କାଟିଏ ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହାଦ୍ବାରା ରୋଗୀ ଓ ସେମାନଙ୍କ ପରିବାର ଉନ୍ନତ ଚିକିତ୍ସା ଓ ଆର୍ଥିକ ଦୃଷ୍ଟିକୋଣରୁ ଆଶ୍ବସ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଜୀବନ ରକ୍ଷାରେ ଏହି ସେବା ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
କରୋନାର ଦ୍ବିତୀୟ ଲହରୀରେ ଫୁସଫୁସ ରୋଗରେ ଗୁରୁତର ଆକ୍ରାନ୍ତ ହୋଇଥିବା ରୋଗୀ ମାନଙ୍କ ପାଇଁ ଏକ୍‌ମୋ ମେସିନ୍‌ ଏକ ଜୀବନ ରକ୍ଷାକାରୀ ବ୍ୟବସ୍ଥା। ଓଡିଶାରେ ଏହି ସୁବିଧା ବିଶେଷ ନ ଥିବାରୁ, ଗୁରୁତର ରୋଗୀମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଥିଲା । ବର୍ତ୍ତମାନ ଏହି ସୁବିଧା କଟକରେ ସରକାରୀ ଭାବରେ ଉପଲବ୍‌ଧ ହେବାରୁ ଅନେକ ରୋଗୀ ଉପକୃତ ହୋଇପାରିବେ ।
୨ୟ ତରଙ୍ଗ କଷ୍ଟଦାୟକ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନାର ଦ୍ବିତୀୟ ତରଙ୍ଗ  ସାରା ଦେଶରେ ସାଂଘାତିକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଆଗୁଆ ଯୋଜନା ଓ ଉପଯୁକ୍ତ ପରିଚାଳନା ଯୋଗୁ ଓଡିଶାରେ ଆମେ ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିପାରିଛୁ । ବିଶେଷଜ୍ଞମାନେ ୩ୟ ତରଙ୍ଗର ସମ୍ଭାବନା ଏବଂ ଏଥିରେ ପିଲାମାନେ ଅଧିକ ସଂକ୍ରମିତ ହେବାର ଆଶଙ୍କା ପ୍ରକାଶ କରୁଥିବାରୁ, ରାଜ୍ୟ ସରକାର ଜିଲ୍ଲାସ୍ତରରେ କୋଭିଡ ହସ୍‌ପିଟାଲ ଗୁଡିକରେ ଶିଶୁ ଚିକିତ୍ସା ଉପରେ ଗୁରୁତ୍ବ ଦେଇ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରୁଛନ୍ତି।
ଆମ ପିଲାମାନେ ଯେପରି କରୋନା ସଂକ୍ରମଣରୁ ସୁରକ୍ଷିତ ରହିବେ, ସେଥିପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଲାବନ୍ଦର ନିୟମଗୁଡିକୁ କୋହଳ କରାଯାଇଥିଲେ ମଧ୍ୟ ସଂକ୍ରମଣର ଆଶଙ୍କା ରହିଛି । ତେଣୁ ଜନସାଧାରଣ ତୁଣ୍ଡି ପିନ୍ଧିବା ସହିତ, ହାତ ଧୋଇବା, ଭିଡରୁ ଦୂରରେ ରହିବା ଆଦି ସମସ୍ତ କୋଭିଡ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ସୂଚନାଯୋଗ୍ୟ ଯେ ଘରୋଇ ଡାକ୍ତରଖାନାରେ ଏକ୍ ମୋ ଚିକିତ୍ସା ପାଇଁ ସର୍ବନିମ୍ନ ଦଶ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ଥାଏ ।ସ୍ଥଳ ବିଶେଷ ରେ ଏହା ଆହୁରି ବୃଦ୍ଧି ପାଇଥାଏ ।ତେଣୁ ସରକାରୀ ସ୍ତରରେ ଏହି ଉନ୍ନତ ଚିକିତ୍ସା ସୁବିଧା ଗରିବ ତଥା ମଧ୍ୟ ବିତ୍ତ ଲୋକଙ୍କ ପାଇଁ ବିଶେଷ ଉପଯୋଗୀ ସାବ୍ୟସ୍ତ ହେବ ଵୋଲି ଆଶା କରାଯାଏ ।
କଟକୁ ଫେରିବା ବାଟରେ ମୁଖ୍ୟମନ୍ତ୍ରୀ ତାଳଦଣ୍ଡା କେନାଲ ଓ ଏହାର ଦୁଇପାର୍ଶ୍ବର ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥା ବୁଲି ଦେଖି ସନ୍ତୋଷ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟଯୋଗାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବିଧାୟକଗଣ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories