www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢିଲା

ଭୁବନେଶ୍ୱର : ପୂଜା ପୂର୍ବରୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧%ବୃଦ୍ଧି କରାଯାଇଛି। ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧%  ମହଙ୍ଗା ଭତ୍ତା ଓ  (dearness relief )ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ,୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧/୭/୨୦୨୧ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories