www.samajalive.in
Sunday, December 7, 2025
16.1 C
Bhubaneswar

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ; ୧ହଜାର ଲେଖାଏଁ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏଁ  ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ ସ୍ବାସ୍ଥ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ, ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ । ସାରା ରାଜ୍ୟର ୯୬ ଲକ୍ଷ ପରିବାର ଏହି ସହାୟତା ପାଇବେ । ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସାତ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀ ମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି , ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀ ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା । ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି । ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି । କୋଭିଡର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ। ତେଣୁ ସେମାନଙ୍କର କଷ୍ଟକୁ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି।
ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଛନ୍ତି  ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀକୁ ଓଡିଶା ସଫଳ ଭାବରେ ମୁକାବିଲା କରିପାରିଛି । ବର୍ତ୍ତମାନ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରୁଛି । ତେଣୁ ଜନସାଧାରଣ ସତର୍କ ରହି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି  । ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ବ ରକ୍ଷା କରିବା ଓ ଅତି ଆବଶ୍ୟକ ନ ହେଲେ ଭିଡକୁ ନ ଯିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗ ଦେଇ କହିଛନ୍ତି , ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ କୋଭିଡ ପରିଚାଳନାରେ ଓଡିଶା ଦେଶର ମଡେଲ ହୋଇପାରିଛି। BSKY ଯୋଜନାର ଉଦାହରଣ ଦେଇ ସେ କହିଛନ୍ତି ଦେଶର ଅନ୍ୟ କୌଣସି ରାଜ୍ୟରେ ଜନସାଧାରଣଙ୍କୁ ଏତେ ବ୍ୟାପକ ଭାବରେ ସ୍ବାସ୍ଥ୍ୟସେବା ଯୋଜନାରେ ସାମିଲ କରାଯାଇପାରି ନାହିଁ । ପ୍ରଶାସନରେ ୫-ଟିର ପ୍ରୟୋଗ ଯୋଗୁ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ତ୍ବରାନ୍ବିତ ହୋଇପାରୁଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଓ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ଓ ବିଧାୟକଗଣ, ୩୧୪ ବ୍ଲକ୍‌ର ହିତାଧିକାରୀ ମାନଙ୍କ ସହ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଖାଦ୍ୟ ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories