www.samajalive.in
Saturday, December 6, 2025
16.1 C
Bhubaneswar

ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର :  ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ପ୍ରତାପ ଜେନା ଓ ସମୀର ରଞ୍ଜନ ଦାଶ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories