www.samajalive.in
Saturday, December 6, 2025
14.1 C
Bhubaneswar

ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟର ହେବ ରୁପାନ୍ତର

ଭୁବନେଶ୍ୱର : ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟରେ ହେବ ନବକଳେବର । ଏଥିପାଇଁ ତିନି ବର୍ଷରେ ପ୍ରାୟ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(OUTR)ର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସଂପର୍କରେ ସମୀକ୍ଷା କରିଛନ୍ତି।  ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।
ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟର ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ଭାବେ ପରିଚିତ ଥିଲା। ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ହେବ ରୂପାନ୍ତର । ତିନି ବର୍ଷରେ ତିନୋଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା । ଆଇଆଇଏମ,ଆଇଆଇଟି ଓ ଏନଆଇଟି  ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ଆଜି ଓୟୁଟିଆରର ବିକାଶ ସଂପର୍କିତ ମାଷ୍ଟର ପ୍ଲାନକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ବର୍ତ୍ତମାନ ଓୟୁଟିଆରରେ ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ ଆଇଆଇଟି ଢାଞ୍ଚାରେ ବିକାଶ କରାଯିବ ।
ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ବ ସହ ନ୍ୟୁ ଏଜ୍‍ ଟେକ୍ନୋଲୋଜି ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ ସେଣ୍ଟର ଅଫ୍‍ ଏକ୍ସିଲେନ୍ସ ମଧ୍ୟ ପ୍ରତିଷ୍ଠା କରାଯିବ । ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ଷ୍ଟାଟଅଫ୍‍ କଲଚର୍‍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ ଇନକ୍ୟୁବେସନ ସେଣ୍ଟରର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ ପାଟେଣ୍ଟ (patent) ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ହୋଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ।
ସୂଚନାଯୋଗ୍ୟ , ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ଓୟୁଟିଆର (CET) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରଛାତ୍ରୀ ମାନଙ୍କ ସହିତ ଅନୁଷ୍ଠାନର ବିକାଶ ସଂପର୍କରେ ଆଲୋଚନା କରିଥିଲେ ।
ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧିନରେ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି ବା CET ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆ ଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟ।ମ୍ପସ୍‌କୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡିଶାର ଏକମାତ୍ର ଅନୁଷ୍ଠାନ ଯାହାକି ଏନଏଏସି  ଏ ଗ୍ରେଡ୍‍  ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ଏକ ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା ।
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ଓୟୁଟିଆରର ରୂପାନ୍ତର ସଂପର୍କିତ ଏକ ଉପସ୍ଥାପନା ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବୈଠକରେ ଓୟୁଟିଆରର ଓଏସଡି ଡଃ ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories