www.samajalive.in
Friday, December 5, 2025
20.1 C
Bhubaneswar

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି ; ଚାଷୀଙ୍କୁ ମିଳିଲା କାଳିଆ ସହାୟତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକ ମାନେ ଏହି ସହାୟତା ପାଇଛନ୍ତି। ୪୩ ଲକ୍ଷ ରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ୟାଙ୍କ ଖାତାକୁ ଦିଆଯାଇଛି।
ଏହି ଅବସରରେ ଚାଷୀ ଭାଇ ମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି । ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଆର୍ଥିକ ବର୍ଷ ଆରମ୍ଭ କଲୁ।
ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଛନ୍ତି।
ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟ ମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀ ମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀ ମାନଙ୍କୁ ଫସଲ ବିବିଧ କରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଛନ୍ତି । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି, କାଳିଆ ଯୋଜନା ଚାଷୀ ମାନଙ୍କୁ ଆତ୍ମ ନିର୍ଭର କରିଛି। ଚାଷ ପାଇଁ ଧାର ଉଧାର ରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି।
ଏହି ଅବସରରେ କେତେକ ଚାଷୀ ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଛନ୍ତି ।
ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଡ଼ାକ୍ତରୀ ପାଠ ପଢିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି କେ ପଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ କାଳିଆ ଯୋଜନାର ଉପଦେଷ୍ଟା ମାନେ ,ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ୍ ଅର୍ପଣ କରିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories