www.samajalive.in
Friday, December 5, 2025
20.1 C
Bhubaneswar

ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ; ନିବେଶକ ସମ୍ମେଳନରେ ଦେବେ ଯୋଗ

ଭୁବନେଶ୍ୱର : ଆଜି ଠାରୁ ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତ ଆରମ୍ଭ କରିଛନ୍ତି। ଏହି ଗସ୍ତରେ ଶିଳ୍ପ ମନ୍ତ୍ରୀ, ମୁଖ୍ୟ ସଚିବ, ଶିଳ୍ପ ସଚିବ, ଆଇଟି ସଚିବ, ଆଇପିଆଇସିଓଏଲ ଏମଡି ମଧ୍ୟ ସାମିଲ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ସ୍ୱତନ୍ତ୍ର ସଚିବ ମଧ୍ୟ ସାମିଲ ଅଛନ୍ତି। ନିବେଶକ ସମ୍ମେଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି। ଆଇଟି,ଶିଳ୍ପ ପର୍ଯ୍ୟଟନ ଓ କ୍ରୀଡା କ୍ଷେତ୍ର ପାଇଁ ନିବେଶକଙ୍କୁ ସାକ୍ଷାତ କରିବେ। ଏପ୍ରିଲ ୩ ତାରିଖରୁ ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ।
ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ଟି ସହରରେ ବାଣିଜ୍ୟିକ ସମ୍ମିଳନୀ, ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ମେକ୍ ଇନ୍ ଓଡ଼ିଶା ସମ୍ମେଳନର ଗତ ଦୁଇଟି ସଂସ୍କରଣ (୨୦୧୮ ଏବଂ ୨୦୨୨)ପାଇଁ ଜାପାନ ଏକ କଣ୍ଟ୍ରି ପାର୍ଟନର ରହିଥିଲା। ବିଦେଶୀ ପୁଞ୍ଜି ପାଇଁ ସେ କେତେକ ପ୍ରମୁଖ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିବା କୁହାଯାଉଛି। ଜାପାନ ସହ ଅନେକ କ୍ଷେତ୍ରରେ ଓଡ଼ିଶାର ବାଣିଜ୍ୟିକ ସମ୍ପର୍କ ଥିବାରୁ ନିବେଶର ଏକ ବାତାବରଣ ସୃଷ୍ଟି ହୋଇପାରେ। ଜାପାନରେ ନିବେଶକଙ୍କୁ ପେଟ୍ରୋ କେମିକାଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ଲାଷ୍ଟିକ, ବୟନଶିଳ୍ପ ଓ ପର୍ଯ୍ୟଟନ ଭଳି କ୍ଷେତ୍ରରେ ଅଧିକ ଆକୃଷ୍ଟ କରିବାକୁ ଉଦ୍ୟମ କରାଯିବା ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତବର୍ଷ ଅଗଷ୍ଟ ମାସରେ ଇଟାଲି ଗସ୍ତରେ ଯାଇଥିଲେ। ଫେରିବା ବାଟରେ ଦୁବାଇରେ ନିବେଶକ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ୨୦୦୦ରେ ମୁଖ୍ୟମନ୍ତ୍ରୀ ହେବା ପରେ ଏହା ନବୀନଙ୍କ ତୃତୀୟ ବିଦେଶ ଗସ୍ତ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories