www.samajalive.in
Friday, December 5, 2025
27.1 C
Bhubaneswar

ଜାପାନରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାତଦିନିଆ ଜାପାନ ଗସ୍ତ। ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନରେ ପହଞ୍ଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସେଠାକାର ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ସ୍ୱାଗତ କରିଛନ୍ତି। ତାଙ୍କ ସହ ଶିଳ୍ପ ମନ୍ତ୍ରୀ,ମୁଖ୍ୟ ସଚିବ, ଶିଳ୍ପ ସଚିବ, ଆଇଟି ସଚିବ, ବ୍ୟକ୍ତିଗତ ସଚିବ, କ୍ରୀଡା ସଚିବ, ଆଇପିଆଇସିଓଏଲ ଏମଡି ଗସ୍ତରେ ସାମିଲ ଅଛନ୍ତି। ଓଡିଶାରେ ପୁଞ୍ଜି ନିବେଶ ନେଇ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବୋ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଗସ୍ତର କାର୍ଯ୍ୟସୂଚୀ ଚୂଡାନ୍ତ ରହିଛି।
ସୂଚନା ଯୋଗ୍ୟ, ନିବେଶକ ସମ୍ମେଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି। ଆଇଟି,ଶିଳ୍ପ ପର୍ୟ୍ୟଟନ ଓ କ୍ରୀଡା କ୍ଷେତ୍ର ପାଇଁ ନିବେଶକଙ୍କୁ ସାକ୍ଷାତ କରିବେ। ଏପ୍ରିଲ ୩ ତାରିଖରୁ ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ। ମୁଖ୍ୟମନ୍ତ୍ରୀଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ୟ୍ୟକ୍ରମ ରହିଛି । ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ଟି ସହରରେ ବାଣିଜ୍ୟିକ ସମ୍ମିଳନୀ, ସରକାରୀ କାର୍ୟ୍ୟକ୍ରମରେ ସେ ଯୋଗଦେବେ। ମେକ୍ ଇନ୍ ଓଡ଼ିଶା ସମ୍ମେଳନର ଗତ ଦୁଇଟି ସଂସ୍କରଣ (୨୦୧୮ ଏବଂ ୨୦୨୨)ପାଇଁ ଜାପାନ ଏକ କଣ୍ଟ୍ରି ପାର୍ଟନର ରହିଥିଲା। ବିଦେଶୀ ପୁଞ୍ଜି ପାଇଁ ସେ କେତେକ ପ୍ରମୁଖ ନିବେଶକଙ୍କୁ ଭେଟିବା କାର୍ୟ୍ୟକ୍ରମ ଥିବା କୁହାଯାଉଛି। ଜାପାନ ସହ ଅନେକ କ୍ଷେତ୍ରରେ ଓଡ଼ିଶାର ବାଣିଜ୍ୟିକ ସମ୍ପର୍କ ଥିବାରୁ ନିବେଶର ଏକ ବାତାବରଣ ସୃଷ୍ଟି ହୋଇପାରେ। ଜାପାନରେ ନିବେଶକଙ୍କୁ ପେଟ୍ରୋ କେମିକାଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ଲାଷ୍ଟିକ, ବୟନଶିଳ୍ପ ଓ ପର୍ୟ୍ୟଟନ ଭଳି କ୍ଷେତ୍ରରେ ଅଧିକ ଆକୃଷ୍ଟ କରିବାକୁ ଉଦ୍ୟମ କରାଯିବା ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତବର୍ଷ ଅଗଷ୍ଟ ମାସରେ ଇଟାଲି ଗସ୍ତରେ ଯାଇଥିଲେ। ଫେରିବା ବାଟରେ ଦୁବାଇରେ ନିବେଶକ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ୨୦୦୦ରେ ମୁଖ୍ୟମନ୍ତ୍ରୀ ହେବା ପରେ ଏହା ନବୀନଙ୍କ ତୃତୀୟ ବିଦେଶ ଗସ୍ତ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories