www.samajalive.in
Sunday, December 7, 2025
13.1 C
Bhubaneswar

କରୋନା ମୁକାବିଲା:ଅଞ୍ଚଳ ଭିତ୍ତିକ ରଣକୌଶଳ ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲ୍ଲାରେ ଅଞ୍ଚଳ ଭିତ୍ତିକ ରଣକୌଶଳ ଅବଲମ୍ବନ କରବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ଫଳରେ ଆସନ୍ତା ସପ୍ତାହ ମଧ୍ୟରେ ଏହିସବୁ ଜିଲ୍ଲାରେ କୋଭିଡ୍‌ ପଜିଟିଭ୍‌ ହାର ହ୍ରାସ କରିବା ଦିଗରେ ଅଗ୍ରଗତି ହୋଇପାରିବ ବୋଲି ସେ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଓଡ଼ିଶା କୋଭିଡ୍‌-୧୯ ପରୀକ୍ଷଣରେ ୧୦ ଲକ୍ଷ ମାଇଲ୍‌ଖୁଣ୍ଟ ଅତିକ୍ରମ କରିବା ସହ ରାଜ୍ୟରେ ଦୈନିକ ପରୀକ୍ଷଣ ସଂଖ୍ୟା ୫୦ ହଜାରରେ ପହଞ୍ଚିଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି । ଏଥିପାଇଁ ଟେଷ୍ଟ କିଟ୍‌ ଯୋଗାଣ ଶୃଙ୍ଖଳାକୁ ଉତ୍ତମ ରୂପେ ପରିଚାଳନା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବିରୁଦ୍ଧରେ ଆମର ସଂଗ୍ରାମକୁ ବ୍ୟାପକ କରି ଖୁବ୍‌ କମ ସମୟ ମଧ୍ୟରେ ଟେଷ୍ଟିଂ ସୁବିଧା ଓ ପରିମାଣ ବୃଦ୍ଧି କରି ମୂଲ୍ୟବାନ ଜୀବନ ବଞ୍ଚାଇବା ପାଇଁ ଅକ୍ଳାନ୍ତ ପରିଶ୍ରମ କରୁଥିବା ପ୍ରତ୍ୟେକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । ସେ ପୁଣି କହିଛନ୍ତି ଯେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ଦୈନିକ ୧୦୯୬ କୋଭିଡ୍‌ ପରୀକ୍ଷଣ କରିବାରେ ଓଡ଼ିଶା ଦେଶର ବଡ଼ବଡ଼ ରାଜ୍ୟମାନଙ୍କ ମଧ୍ୟରେ ଅଗ୍ରଣୀ ହୋଇପାରିଛି ।
ରାଜ୍ୟରେ କୋଭିଡ୍‌ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ତାଲିମ ପାଇବା ଏକ ବଡ଼ ସଫଳତା ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତିରାଜ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀ, କୋଭିଡ୍‌ କମିଟି ସଦସ୍ୟ ଏବଂ ଆହୁରି ଅନେକ ଏଥିରେ ସଂପୃକ୍ତ ହୋଇଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫ଟି ପ୍ଲାଜ୍‌ମା ଥେରାପି ୟୁନିଟ୍‌ ସ୍ଥାପିତ ହୋଇଛି ଏବଂ ଏହି ଥେରାପି ଗୁରୁତର କୋଭିଡ୍‌ ରୋଗୀମାନଙ୍କ ଚିକିତ୍ସା କ୍ଷେତ୍ରରେ ଅଧିକ ଫଳପ୍ରଦ ପ୍ରମାଣିତ ହୋଇଛି। କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ୍‌ କଲେଜ୍‌ ଓ ହସ୍‌ପିଟାଲ୍‌ରେ ଆସନ୍ତା ସପ୍ତାହ ମଧ୍ୟରେ ଆଉ ଏକ ପ୍ଲାଜ୍‌ମା ବ୍ୟାଙ୍କ ସ୍ଥାପନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଗୃହ ସଂଗରୋଧକୁ ଉତ୍ସାହିତ କରବା ପାଇଁ ପରାମର୍ଶ ଦେଇଛନ୍ତି । ଏଥି ପାଇଁ ସ୍ୱତନ୍ତ୍ର ପ୍ରଚାର ଅଭିଯାନ ସହିତ ପଞ୍ଚାୟତିରାଜ ପ୍ରତିନିଧି ଓ କୋଭିଡ୍‌ କେୟାର କମିଟିଗୁଡ଼ିକର ସହାୟତା ନେବା ପାଇଁ ମଧ୍ୟ ସେ କହିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories