ଭୁବନେଶ୍ୱର: ଆଜି ବିଧାନସଭାର ପ୍ରକୋଷ୍ଠ ନଂ-୫୯ରେ ବିଭାଗୀୟ ସ୍ଥାୟୀ କମିଟି ୬ଙ୍କର ବୈଠକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦିବଂଗତ ବିଧାୟକ ବିଷ୍ଣୁଚରଣ ଦାସଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ନୀରବ ପ୍ରାର୍ଥନାପୂର୍ବକ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଆସନ୍ତାକାଲି ସମବାୟ ବିଭାଗ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର କାର୍ଯ୍ୟାବଳୀ ସଂପର୍କରେ ଆଲୋଚନା କରାଯିବ। ଏହି ବୈଠକରେ କମିଟିର ସଦସ୍ୟଙ୍କ ସମେତ ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।
Popular Categories



