www.samajalive.in
Saturday, December 6, 2025
14.1 C
Bhubaneswar

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର : ରୋଗୀଙ୍କ ପାଇଁ ଗୁରୁବାର ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାଦ୍ୱାର ବାର୍ଷିକ ୬୪ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ। ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ ୮୫ ଟଙ୍କା ବଦଳରେ ୧୧୦ ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୯୫ ଟଙ୍କାରୁ ୧୨୦ ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ ୭୫ ଟଙ୍କାରୁ ୯୫ ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି। ରାଜ୍ୟର ୬୧୮ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ।
ସୂଚନାଯୋଗ୍ୟ ଯେ, ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ପ୍ରଦାନ, ନିଦାନ ଜରିଆରେ ମାଗଣା ରୋଗ ଚିହ୍ନଟ ନିମନ୍ତେ ପରୀକ୍ଷା, ନିରାମୟ ଜରିଆରେ ମାଗଣା ଔଷଧ ପ୍ରଦାନ, ସହାୟ ଜରିଆରେ ମାଗଣା ଡାଇଲିସିସ୍ ସେବା, ମାଗଣା ରକ୍ତସେବା, ମାଗଣା ଆମ୍ବୁଲାନ୍ସ ସେବା ଇତ୍ୟାଦି ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନାରେ ଯୋଗାଇ ଦିଆଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories